Masthead

ଗିରଫ ବିରୋଧରେ ସୁପ୍ରିମକୋର୍ଟ ଗଲେ ମନୀଷ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀ ଅବକାରୀ ଦୁର୍ନୀତି ମାମଲାରେ ଗିରଫ ହୋଇ ପାଞ୍ଚ ଦିନିଆ ସିବିଆଇ ରିମାଣ୍ଡରେ ଥିବା ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ସୁପ୍ରିମକୋର୍ଟରେ ପହଞ୍ଚିଛନ୍ତି । ତାଙ୍କ ଓକିଲ ଅଭିଷେକ ମନୁ ସିଂଘବୀ ଗିରଫଦାରୀ ବିରୋଧରେ ଏବଂ ସିବିଆଇର କାର୍ୟ୍ୟାନୁଷ୍ଠାନ ବିରୋଧରେ ଏକ ପିଟିସନ ଦାଖଲ କରିଛନ୍ତି। ତୁରନ୍ତ ଏହି ମାମଲାର ଶୁଣାଣି ତ୍ୱରାନ୍ବିତ କରିବାକୁ ମନୀଷ ସିସୋଦିଆଙ୍କ ଓକିଲ କୋର୍ଟରେ ଆବେଦନ କରିବେ ବୋଲି ଜଣାପଡିଛି। ଖୁବ ଶୀଘ୍ର ପ୍ରଧାନ ବିଚାରପତିଙ୍କ ନିକଟରେ ଏହି ଆବେଦନ କରାଯିବ।

ମଦ ଦୁର୍ନୀତି ମାମଲାକୁ ନେଇ ସିବିଆଇ ସିସୋଦିଆଙ୍କୁ ରିମାଣ୍ଡରେ ନେଇ ଜେରା କରିବାକୁ ଆବେଦନ କରିଥିଲା । ଏନେଇ ସୋମବାର ଦିଲ୍ଲୀ ରାଉଜ ଆଭିନ୍ୟୁ କୋର୍ଟ ଶୁଣାଣି କରିଥିଲେ । ରବିବାର ସଂଧ୍ୟାରେ ଜେରା ପରେ ଦିଲ୍ଲା ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ । ଅବକାରୀ ନୀତି ମାମଲାରେ ଅଧିକ ଜେରା ପାଇଁ ହାଜର ହୋଇଥିଲେ ମନୀଷ ସିସୋଦିଆ । ଦୀର୍ଘ ୮ ଘଣ୍ଟାର ପଚରାଉଚରା ପରେ ତାଙ୍କୁ ଗିରଫ କରାଯାଇଥିଲା । ଅବକାରୀ ନୀତି ମାମଲାରେ ଫେବୃଆରୀ ୧୯ ତାରିଖରେ ହାଜର ହେବାକୁ ସିସୋଦିଆଙ୍କୁ ନୋଟିସ୍ କରିଥିଲା ସିବିଆଇ । କିନ୍ତୁ ସିସୋଦିଆ ହାଜର ହେବାକୁ ଏକ ସପ୍ତାହ ଅଧିକ ସମୟ ମାଗିଥିଲେ । ଗତ ବର୍ଷ ଦିଲ୍ଲୀ ନୂଆ ଅବକାରୀ ନୀତି ମାମଲାରେ ସିବିଆଇ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଇଥିଲେ ଦିଲ୍ଲୀ ଉପରାଜ୍ୟପାଳ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା! 🔴 ଘରେ ପଶି ଦଳିଦେଲା ଦନ୍ତା 🔴 ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କୁ Z ସୁରକ୍ଷା 🔴 ହୋମ୍‌ଗାର୍ଡ ସଂଘ ସଭାପତିଙ୍କ ଆତ୍ମାହୁତି ଧମକ 🔴 ରାଜଧାନୀରେ ମର୍ମନ୍ତୁଦ ଦୁର୍ଘଟଣା 🔴 ୬ ଜିଲ୍ଲାରେ ପ୍ରବଳ ବର୍ଷା 🔴 ଅନାସ୍ଥା ପୂର୍ବରୁ ଇସ୍ତଫା ଦେଲେ ପ୍ରଭାତ ବଳବନ୍ତରାୟ 🔴 ବି.ସୁଦର୍ଶନ ରେଡ୍ଡୀ INDIA ବ୍ଲକ୍‌ ଉପରାଷ୍ଟ୍ରପତି ପ୍ରାର୍ଥୀ 🔴 ସମ୍ବଲପୁରରେ ହତ୍ୟା ଅଭିଯୁକ୍ତକୁ ଏନକାଉଣ୍ଟର 🔴 ସାଲେପୁରକୁ NAC ଘୋଷଣା ଦାବିରେ ବିଜେଡିର ବନ୍ଦ ପାଳନ 🔴 ପୁଣି ଚର୍ଚ୍ଚାରେ ବଳଙ୍ଗା ପୀଡିତାଙ୍କ ମୃତ୍ୟୁ ଘଟଣା!