Masthead

ଅଙ୍ଗନୱାଡି କେନ୍ଦ୍ରରେ ବ୍ୟାପକ ଅନିୟମିତତା, ପିଲାଙ୍କ ଖାଦ୍ୟକୁ ବି ଛାଡ଼ିଲେ ନାହିଁ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):  ଅଙ୍ଗନୱାଡି କେନ୍ଦ୍ରରେ ବ୍ୟାପକ ଅନିୟମିତତା । ଶିଶୁ ଖାଦ୍ୟକୁ ବି ଛାଡିଲେ ନାହିଁ ଅଙ୍ଗନୱାଡି କର୍ମୀ ଓ ଉପରସ୍ତ ଅଧିକାରୀ । ଯାହାକୁ ତୀବ୍ର ବିରୋଧ କରିଛନ୍ତି ଅଭିଭାବକ ଓ ଗ୍ରାମବାସୀ । ଏଭଳି ଅଭିଯୋଗ ଆସିଛି ଜଗତସିଂହପୁର ଜିଲ୍ଲା କୋରୁଅ ପଞ୍ଚାୟତର ତ୍ରିମୁଣ୍ଡାପାରି ମିନି ଅଙ୍ଗନବାଡି କେନ୍ଦ୍ରରେ । ରାଜ୍ୟ ବାହାରେ ରହି ପାଠ ପଡୁଥିବା ପିିଲାଙ୍କ ନାମରେ ଜାଲି ଦସ୍ତଖତ କରି ଖାଦ୍ୟ ହଡପ କରାଯାଉଥିବା ଅଭିଯୋଗ ହୋଇଛି । ଏହାର ଉପରିସ୍ଥ ତଦନ୍ତ ଦାବି କରିଛନ୍ତି ଗ୍ରାମବାସୀ । ସେପଟେ ଏହି ଘଟଣାକୁ ନେଇ ପ୍ରତିକି୍ରୟା ରଖିଛନ୍ତି ଅଙ୍ଗନୱାଡି କର୍ମୀ ।

କହିଛନ୍ତି ଅଙ୍ଗନୱାଡି କେନ୍ଦ୍ରକୁ ଆମେ ଠିକ ଭାବରେ ପରିଚାଳନା କରୁଛୁ ଆମ ଉପରେ ମିଥ୍ୟା ଅଭିଯୋଗ ଆଣୁଛନ୍ତି ଅଭିଭାବକ ଓ ଗ୍ରାମବାସୀ । ଏ ବିଷୟରେ ବ୍ଲକ ସମ୍ମାନିତ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କ ସହିତ ଯୋଗାଯୋଗ କରିବାରୁ ସେ ଏହି ଘଟଣା ର ତଦନ୍ତ କରାଯାଇ ଜିଲ୍ଲା ମୁଖ୍ୟ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀଙ୍କୁ ଦିଆ ଯାଇଥିବାର ସେ କହିଥିଲେ । ତେବେ ଆଗାମୀ ଦିନରେ ଏହି ଘଟଣାର ପର୍ଦାଫାଶ କରାନଗଲେ ଆଗାମୀ ଦିନରେ ଅଭିଭାବକ ଓ ଗ୍ରାମବାସୀ ବ୍ଲକ ଓ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା ଦେବା ପାଇଁ ଚେତାବନୀ ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା