Masthead

ପୂର୍ବ ଶତ୍ରୁତାରୁ କେନ୍ଦ୍ର କରି ପୂର୍ବତନ ଉପସଭାପତିଙ୍କୁ ମରଣାନ୍ତକ ଆକ୍ରମଣ

ଜଗତସିଂହପୁର (ବଡ଼ ଖବର ବ୍ୟୁରୋ):  ଜତସିଂହପୁର ଜିଲ୍ଲା ବିଜେପିର ପୂର୍ବତନ ଉପସଭାପତି ଅଜିତ ଦାସଙ୍କୁ ମରଣାନ୍ତକ ଆକ୍ରମଣ । ପୂର୍ବ ଶତ୍ରୁତାରୁ କେନ୍ଦ୍ର କରି ଆକ୍ରମଣ ହୋଇଥିବା ସୂଚନା । ଆକ୍ରମଣରେ ଅଜିତଙ୍କ ଦୁଇ ଗୋଡ ଭାଙ୍ଗି ଯାଇଛି। ଏହାସହ ତାଙ୍କ ହାତ, ମୁହଁ ସମେତ ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ସୃଷ୍ଟି ହୋଇଛି। ସୂଚନା ଅନୁସାରେ ଗତକାଲି ବିଳମ୍ବିତ ରାତିରେ ଅଜିତ ନିଜ ବାଇକ୍‌ ଯୋଗେ ଘରକୁ ଫେରୁଥିଲେ। ଏହି ସମୟରେ ପାରାଦୀପ ଜଗନ୍ନାଥ ମନ୍ଦିର ନିକଟ ବଙ୍ଗାଳିପଡା ବସ୍ତି ନିକଟରେ ୬ରୁ ୭ ଜଣ ଯୁବକ ତାଙ୍କୁ ଅଟକାଇଥିଲେ।

ପରେ ଯୁବକମାନେ ଅତର୍କିତ ଭାବେ ଅଜିତଙ୍କୁ ଲୁହା ରଡ୍ ଏବଂ କାଠ ଫାଳିଆରେ ନିର୍ଧୂମ ମାଡ଼ ମାରିଥିଲେ। ପରେ ସେଠାରୁ ଯୁବକମାନେ ଚମ୍ପଟ ମାରିଥିଲେ। ଅଜିତ ଗୁରୁତର ଅବସ୍ଥାରେ ରାସ୍ତାକଡ଼ରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ତାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲେ। ଏହାସହ ଅଜିତଙ୍କୁ ଅଠରବାଙ୍କି ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ଅଜିତଙ୍କ ଅବସ୍ଥା ଗୁରୁତର ହେବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ରାଜନୈତିକ ଶତ୍ରୁତା କାରଣ ଯୋଗୁ ଅଜିତଙ୍କୁ ଯୁବକମାନେ ଆକ୍ରମଣ କରିଥିବା ସନ୍ଦେହ କରାଯାଉଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼