ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେବେ ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଭାବେ ଆଜି ଦାୟିତ୍ୱ ନେବେ ପ୍ରଦୀପ କୁମାର ଜେନା । କିଛି ଦିନ ତଳେ ରାଜ୍ୟ ସରକାର ତାଙ୍କୁ ଏହି ପଦରେ ନିଯୁକ୍ତି ଦେଇଛନ୍ତି। ସାଧାରଣ ପ୍ରଶାସନ ବିଭାଗରୁ ଏ ସଂପର୍କିତ ବିଜ୍ଞପ୍ତି ମଧ୍ୟ ଆଗରୁ ପ୍ରକାଶ ପାଇଛି। ପ୍ରଦୀପ ମୁଖ୍ୟ ଶାସନ ସଚିବ ପଦ ସହିତ ଚିଫ୍ ଡେଭଲପେଣ୍ଟ କମିଶନର ଅଫ୍ ଓଡ଼ିଶା ଦାୟିତ୍ୱରେ ନିଯୁକ୍ତ ହୋଇଛନ୍ତି ।

ଗତକାଲି ମୁଖ୍ୟ ଶାସନ ସଚିବ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଅବସର ନେଇଥିଲେ । ଆଜି ତାଙ୍କ ସ୍ଥାନରେ ପ୍ରଶାସନିକ ମୁଖ୍ୟ ଭାବେ କାର୍ୟ୍ୟଭାର ଗ୍ରହଣ କରିବେ ୧୯୮୯ ବ୍ୟାଚ ଆଇଏଏସ ଅଫିସର ପ୍ରଦୀପ ଜେନା । ଗତକାଲି ବିଦାୟୀ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଓ ନୂଆ ମୁଖ୍ୟ ଶାସନ ସଚିବ ଉଭୟ ପ୍ରଦୀପ ଜେନା ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିଥିଲେ । ଉନ୍ନୟନ କମିଶନର ଅନୁଗର୍ଗ ମଧ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଥିଲେ । ଏହି ସାକ୍ଷାତ ଆଲୋଚନା ସମୟରେ ଫାଇବ ଟି ସଚିବ ଭିକେ ପାଣ୍ଡିଆନ ମଧ୍ୟ ଉପସ୍ଥିତ ରହିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ