Masthead

ବଢ଼ିଲା ଏଲପିଜି ସିଲିଣ୍ଡର ଦର, ଖାଉଟିଙ୍କ ମୁଣ୍ଡରେ ଚଡ଼କ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବଢ଼ିଲା ଏଲପିଜି ସିଲିଣ୍ଡର ଦର। ଉଭୟ ଘରୋଇ ଓ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ବୃଦ୍ଧି ପାଇଛି। ଘରୋଇ ଏଲପିଜି ସିଲିଣ୍ଡର ଦର ୫୦ ଟଙ୍କା ବଢି ଥିବାବେଳେ କମର୍ସିଆଲ ଏଲପିଜି ସିଲିଣ୍ଡର ଦର ୩୫୦ ଟଙ୍କା ୫୦ ପଇସା ବୃଦ୍ଧି ପାଇଛି। ପୂର୍ବରୁ ଭୁବନେଶ୍ୱରରେ ଏଲ୍‌ପିଜି ଦର ୧ ହଜାର ୭୯ ଟଙ୍କା ଥିଲା। ଏବେ ୫୦ ଟଙ୍କା ବଢି ୧୧ ଶହ ୨୯ଟଙ୍କା ହୋଇଛି। ସେହିପରି ଦିଲ୍ଲୀରେ ଘରୋଇ ଏଲପିଜି ସିଲିଣ୍ଡର ଦର ବଢି ୧,୧୦୩ ଟଙ୍କା ହୋଇଛି।ସେହିପରି କମର୍ସିଆଲ ଏଲପିଜି ସିଲିଣ୍ଡର ଦର ମଧ୍ୟ ୩୫୦ ଟଙ୍କା ୫୦ ପଇସା ବଢିଛି।

ଦର ବଢ଼ିଥିବା ଯୋଗୁଁ ଖାଉଟିଙ୍କ ମଧ୍ୟରେ ନାହିଁ ନଥିବା ଅସନ୍ତୋଷ ଦେଖାଇଛି। ଏଥିଯୋଗୁ ଘରର ବଜେଟ ବିଗିଡ଼ିଯିବା ଯୋଗୁ ଲୋକେ ନାନା ଅସୁବିଧାର ସମ୍ମୁଖୀନ ମଧ୍ୟ ହେଉଛନ୍ତି। ଗତ ବର୍ଷ ଜୁଲାଇ ମାସରେ ୧୪.୨ କେଜି ଘରୋଇ ଏଲପିଜି ସିଲିଣ୍ଡର ଦର ୫୦ ଟଙ୍କା ବଢ଼ିଲା ।୫ କେଜି ଏଲ୍‌ପିଜି ସିଲିଣ୍ଡର ଦର ୧୮ ଟଙ୍କା ବଢ଼ିଛି । ଏହା ପୂର୍ବରୁ ମେ’ ମାସରେ ଘରୋଇ ଗ୍ୟାସ୍‌ ଦର ୫୦ ଟଙ୍କା ବଢ଼ିଥିଲା। ଫଳରେ ସିଲିଣ୍ଡର ପିଛା ୯୯୯ ଟଙ୍କାରେ ପହଞ୍ଚିଥିଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ