Masthead

ପାୱାର ଚ୍ୟାନେଲକୁ ଡେଇଁ ନିଖୋଜ ଛାତ୍ରୀ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): ପାୱାର ଚ୍ୟାନେଲକୁ ଡେଇଁଲେ ଭିସୁଟ୍ ଛାତ୍ରୀ । ଆତ୍ମହତ୍ୟା କରିବା ଉଦ୍ଦେଶ୍ୟରେ ମଙ୍ଗଳବାର ରାତି ୧୦ଟାରେ ଚିନ୍ମୟୀ ପ୍ରିୟଦର୍ଶିନୀ ସାହୁ ଡେଇଁପଡ଼ିଛନ୍ତି । ଜଣେ ସାଙ୍ଗଙ୍କ ଉପସ୍ଥିତିରେ ଅଚାନକ ପାୱାର ଚ୍ୟାନେଲକୁ ଡେଇଁ ପଡ଼ିଥିଲେ । ବହୁ ଖୋଜାଖୋଜି ପରେ ମଧ୍ୟ ତାଙ୍କ ସନ୍ଧାନ ମିଳିପାରିନାହିଁ । ଆଜି ସକାଳେ ପୁଣି ଖୋଜାଖୋଜି ଆରମ୍ଭ କରାଯାଇଛି । କଳାହାଣ୍ଡି ଜିଲ୍ଲା ରାମପୁର ମଦନପୁର ନିବାସୀ ଚିନ୍ମୟୀ ପ୍ରିୟଦର୍ଶନୀ ଆଇଟି ବିଭାଗର ସ୍ନାତକ‌ ଶ୍ରେଣୀରେ ଉତୀର୍ଣ୍ଣ ହୋଇଥିଲେ।

ସମାବର୍ତ୍ତନ ଉତ୍ସବ ଥିବାରୁ ତାଙ୍କ ସାର୍ଟିଫିକେଟ୍ ନେବା ପାଇଁ ବୁର୍ଲା ଭିସୁଟକୁ ଆସିଥିଲେ। କୌଣସି କାରଣରୁ ଡିପ୍ରେସନରେ ଥିଲେ । ତାଙ୍କ ଜଣେ ସହପାଠୀ ଭୁବନେଶ୍ବର ବିଜେବି ନଗର ନିବାସୀ ପ୍ରୀତିମନ ଦେ’ଙ୍କ ସହିତ ସେ ପାୱାର ଚାନେଲ ବ୍ରିଜ୍ ନିକଟକୁ ବୁଲିବାକୁ ଯାଇଥିଲେ । ପିସି ବ୍ରିଜ୍‌ ଉପରେ ବାଇକ୍‌ ରଖି କଥାବାର୍ତ୍ତା କରୁଥିବା ବେଳେ ଅଚାନକ ସେ ପାୱାର ଚାନେଲକୁ ଡେଇଁ ପଡ଼ିଥିଲେ ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା