Masthead

ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):  ରାଜ୍ୟର ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଜେପି ଯୁବ ମୋର୍ଚ୍ଚାର ବିଧାନସଭା ଘେରାଉ ସମୟରେ ପୋଲିସର ମାତ୍ରାଧିକ ଓ ଏକପାଖିଆ କାର୍ଯ୍ୟାନୁଷ୍ଠାନକୁ କଠୋର ଭାଷାରେ ନିନ୍ଦା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ଯେ ଗତକାଲି ଆମ ଦଳର ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାଙ୍କ ଦ୍ୱାରା ରାଜ୍ୟରେ ବିପର୍ଯ୍ୟସ୍ତ ଆଇନଶୃଙ୍ଖଳା ପ୍ରତିବାଦରେ ବିଧାନସଭା ଘେରାଉ କାର୍ଯ୍ୟକ୍ରମ ଥିବା ସମୟରେ ପୋଲିସ ଯେଉଁଭଳି ଭାବରେ ମାତ୍ରାଧିକ କାର୍ୟ୍ୟାନୁଷ୍ଠାନ ଗ୍ରହଣ କରିଛି, ତାକୁ ମୁଁ କଠୋର ଭାଷାରେ ନିନ୍ଦା କରୁଛି । ଗଣତନ୍ତ୍ରରେ ପ୍ରତିବାଦ କରିବାର ଅଧିକାର ସମସ୍ତଙ୍କର ଅଛି ।

ଯୁବ ମୋର୍ଚ୍ଚାର କାର୍ଯ୍ୟକର୍ତ୍ତାମାନେ ହେଉଛନ୍ତି ଏକ ରାଜନୈତିକ ଦଳର କାର୍ଯ୍ୟକର୍ତ୍ତା । ମାତ୍ର ପୋଲିସ ସେମାନଙ୍କୁ ରାଜନୈତିକ କାର୍ଯ୍ୟକର୍ତ୍ତା ଭାବରେ ନୁହେଁ ବରଂ ଅପରାଧୀ ଭାବରେ ଅମାନୁଷିକ ଭାବେ ଆକ୍ରମଣ କରିଛି, ତାହା ଚିନ୍ତାଜନକ । ଓଡ଼ିଶାର ପୋଲିସ ପ୍ରଶାସନ ଶାସକ ଦଳର ହିତରେ କାର୍ଯ୍ୟ କରିବା ପାଇଁ ନୁହେଁ ବରଂ ସାଢେ ୪ କୋଟି ଓଡ଼ିଆଙ୍କ ସୁରକ୍ଷାରେ ନିୟୋଜିତ ଅଛନ୍ତି । କିଛି ପୋଲିସ ଅଧିକାରୀ ଯେଉଁଭଳି ଭାବେ ଏକପାଖିଆ ନିଷ୍ପତି ନେଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛନ୍ତି, ଏହା ଗଣତନ୍ତ୍ର ପାଇଁ ଶୋଭନୀୟ ନୁହେଁ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି