Masthead

ଆଜିଠୁ ମହିଳା ପ୍ରିମିୟର ଲିଗ୍

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ଆଜିଠୁ ଆରମ୍ଭ ହେବ ମହିଳା ପ୍ରିମିୟର ଲିଗ୍ । ଉଦଘାଟନୀ ମ୍ୟାଚ୍ ଖେଳିବେ ମୁମ୍ବାଇ ଇଣ୍ଡିଆନ୍ସ ଓ ଗୁଜରାଟ ଜାଏଣ୍ଟସ । ୨୩ ଦିନିଆ ଏହି ପ୍ରତିଯୋଗିତାରେ ୫ ଦଳ ଗୁଜରାଟ ଜାଏଣ୍ଟସ୍‌, ମୁମ୍ବାଇ ଇଣ୍ଡିଆନ୍ସ, ଦିଲ୍ଲୀ କ୍ୟାପିଟାଲ୍ସ, ୟୁପି ୱାରିୟର୍ସ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ଭାଗ ନେଇଛନ୍ତି । ପରସ୍ପର ମଧ୍ୟ‌ରେ ୨ଟି ଲେଖାଏଁ ଲିଗ୍‌ ମ୍ୟାଚ୍‌ ଖେଳିବେ । ଗୋଟିଏ ଦଳ ଲିଗ୍‌ ପର୍ଯ୍ୟାୟରେ ୮ ମ୍ୟାଚ୍‌ ଖେଳିବ । ଲିଗ୍‌ ପରେ ଟେବୁଲର ଶୀର୍ଷ ଦଳ ସିଧାସଳଖ ଫାଇନାଲ୍‌କୁ ‌ଯୋଗ୍ୟତା ଅର୍ଜନ କରିବ।

ଦ୍ୱିତୀୟ ଓ ତୃତୀୟ ଦଳ ମଧ୍ୟରେ ଏଲିମିନେଟର ଖେଳାଯିବ । ଏହାର ବିଜେତା ଦ୍ୱିତୀୟ ଦଳ ଭାବେ ଫାଇନାଲ୍‌ରେ ପ୍ରବେଶ କରିବ । ମହରାଷ୍ଟ୍ରର ଦୁଇ ଷ୍ଟାଡିୟମ୍‌ ମୁମ୍ବାଇର ବ୍ରାବୋର୍ଣ୍ଣ ଏବଂ ନଭି ମୁମ୍ବାଇସ୍ଥିତ ଡିୱାଇ ପାଟିଲ ସ୍ପୋର୍ଟ୍ସ ଏକାଡେମୀରେ ଫାଇନାଲ୍‌, ଗୋଟିଏ ଏଲିମିନେଟର ଓ ୨୦ ଲିଗ୍‌ ମ୍ୟାଚ୍‌ ସହ ମୋଟ ୨୨ଟି ମ୍ୟାଚ୍‌ ଖେଳାଯିବ । ପ୍ରତ୍ୟେକ ମ୍ୟାଚ୍‌ ରାତି ୭.୩୦ରେ ଖେଳାଯିବାକୁ ଥିଲା ବେଳେ ଯେଉଁଦିନ ଦୁଇଟି ମ୍ୟାଚ୍‌ ଥିବ ପ୍ରଥମ ମ୍ୟାଚ୍‌ ଅପରାହ୍ଣ ୩.୩୦ରେ ଆରମ୍ଭ ହେବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର