Masthead

ଭୁବନେଶ୍ୱରରୁ ୩୧୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମଣ । ଆଜି ପୁଣି ରାଜଧାନୀରୁ ୩୧୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହିତ ରାଜ୍ୟରେ ମଧ୍ୟ ଥମିବାରେ ନାଁ ନେଉନି କରୋନା ସଂକ୍ରମଣ । ଆଜି ରାଜ୍ୟରୁ ପୁଣି ୨୬୯୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଆଜି ଚିହ୍ନଟ ହୋଇଥିବା ୩୧୬ଜଣ କରୋନା ପଜିଟିଭଙ୍କୁ ମିଶାଇ ଭୁବନେଶ୍ୱରରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୮୫୩କୁ ବୃଦ୍ଧି ପାଇଛି । ଅନ୍ୟପଟେ ଆଜି ଭୁବନେଶ୍ୱରରେ ୩୨୬ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

 

ଭୁବନେଶ୍ୱରେ ଗତ କିଛି ଦିନ ହେବ କରୋନା ସଂକ୍ରମଣ ଠାରୁ କରୋନା ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଅନ୍ୟପଟେ ସ୍ଥାନୀୟ ସଂକ୍ରମଣ ମଧ୍ୟ ପ୍ରଶାସନର ଚିନ୍ତାର କାରଣ ପାଲଟିଛି । ରାଜଧାନୀରେ ବର୍ତ୍ତମାନ ଶୁଦ୍ଧା ୨୧ ହଜାର ୨୧୪ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ରାଜଧାନୀରେ ୧୧୧ ଜଣ ଆକ୍ରାନ୍ତଙ୍କ ମୁଣ୍ଡ ନେଇସାରିଲାଣି ମହାମାରୀ କରୋନା । ୩୫୦୭ କରୋନା ଆକ୍ରାନ୍ତ ବର୍ତ୍ତମାନ ସୁଦ୍ଧା ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ