ଆଜିଠୁ ନାମାଙ୍କନ, ୩ରେ ଫାଇଟ୍

ଭୁବନେଶ୍ୱର, (ବଡ଼ ଖବର ବ୍ୟୁରୋ) : ବାଲେଶ୍ୱର ଓ ତିର୍ତ୍ତେଲ ଉପନିର୍ବାଚନ ପାଇଁ ନିର୍ବାଚନ କମିଶନ ଆଜି ବିଜ୍ଞପ୍ତି ପ୍ରକାଶ କରିଛନ୍ତି । ନଭେମ୍ବର ୩ରେ ହେବାକୁ ଥିବା ଭୋଟଗ୍ରହଣ ପାଇଁ ଆଜିଠୁ ପ୍ରାର୍ଥୀମାନେ ସେମାନଙ୍କ ନାମାଙ୍କନପତ୍ର ଦାଖଲ କରିପାରିବେ । ଅକ୍ଟୋବର ୧୬ ହେଉଛି ନାମାଙ୍କନପତ୍ର ଦାଖଲ କରିବାର ଶେଷ ଦିନ । ପ୍ରାର୍ଥୀପତ୍ର ସକାଳ ୧୧ରୁ ଅପରାହ୍ନ ୩ ପର୍ଯ୍ୟନ୍ତ ଦାଖଲ କରିପାରିବେ । ଅକ୍ଟୋବର ୧୭ରେ ନାମାଙ୍କନ ପତ୍ର ଯାଞ୍ଚ କରାଯିବ । ଅକ୍ଟୋବର ୧୯ରେ ପ୍ରାର୍ଥୀପତ୍ର ପ୍ରତ୍ୟାହରର ଶେଷ ଦିନ ରହିବ । ଏହି ଦୁଇ ନିର୍ବାଚନମଣ୍ଡଳୀ ପାଇଁ ଆସନ୍ତା ନଭେମ୍ବର ୩ରେ ଭୋଟ ଗ୍ରହଣ କରାଯିବ ଏବଂ ୧୦ରେ ଭୋଟଗଣତି କରାଯିବ । ଉଭୟ ନିର୍ବାଚନମଣ୍ଡଳୀରେ କୋଭିଡ୍ କଟକଣା ମଧ୍ୟରେ ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ । ଉପନିର୍ବାଚନ ପାଇଁ ଉଭୟ ଜିଲ୍ଲାରେ ଆର୍ଦଶ ଆଚରଣବିଧି ଲାଗୁ କରିଛନ୍ତି ନିର୍ବାଚନ ଆୟୋଗ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!