Masthead

୧୪ ଦିନିଆ ହାଜତରେ ସିସୋଦିଆ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସରିଲା ମନୀଷ ସିସୋଦିଆଙ୍କ ରିମାଣ୍ଡ । ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ସିସୋଦିଆ । ରାଉସ ଆଭେନ୍ୟୁ କୋର୍ଟ ସିସୋଡିଆଙ୍କୁ ୧୪ ଦିନ ପାଇଁ ନ୍ୟାୟିକ ହେପାଜତକୁ ପଠାଇଛନ୍ତି। ଦୀର୍ଘ ୮ ଘଣ୍ଟିଆ ପଚରାଉଚରା ପରେ ସିସୋଦିଆକୁ ଫେବୃଆରୀ ୨୬ରେ ସିବିଆଇ ଗିରଫ କରିଥିଲା। ୨୭ ଫେବୃଆରୀରେ ତାଙ୍କୁ ରାଉସ ଆଭେନ୍ୟୁ କୋର୍ଟରେ ହାଜର କରାଯାଇଥିଲା। ପଚରାଉଚରା ପାଇଁ କୋର୍ଟ ସିସୋଡିଆଙ୍କୁ ମାର୍ଚ୍ଚ ୪ ପର୍ଯ୍ୟନ୍ତ ସିବିଆଇ ରିମାଣ୍ଡରେ ପଠାଇଥିଲେ।

ସେପଟେ ସିସୋଦିଆ ତାଙ୍କ ଜାମିନ ଆବେଦନ ସୁପ୍ରିମକୋର୍ଟରେ ଦାଖଲ କରିଥିଲେ ମଧ୍ୟ ସୁପ୍ରିମକୋର୍ଟ ଏହା ଶୁଣାଣି କରିବାକୁ ମନା କରିଦେଇଥିଲେ। ମାର୍ଚ୍ଚ ୪ରେ ସିସୋଦିଆ କୋର୍ଟରେ ହାଜର କରାଯାଇଥିଲା। ଜଜ ଏମ.କେ ନାଗପାଲ ତାଙ୍କୁ ଆଉ ଦୁଇ ଦିନ ସିବିଆଇ ହେପାଜତକୁ ପଠାଇଥିଲେ। ୨ ଦିନ ରିମାଣ୍ଡ ପରେ ଆଜି ସିସୋଦିଆ କୋର୍ଟରେ ହାଜର କରାଯାଇଥିଲା। ସୋମବାର ସିବିଆଇ ରିମାଣ୍ଡ ଶେଷ ହେବା ପରେ ସିସୋଦିଆଙ୍କୁ ରାଉସ ଆଭେନ୍ୟୁ କୋର୍ଟକୁ ଅଣାଯାଇଥିଲା। କୋର୍ଟ ତାଙ୍କୁ ମାର୍ଚ୍ଚ ୨୦ ପର୍ୟ୍ୟନ୍ତ ନ୍ୟାୟିକ ହେପାଜତକୁ ପଠାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି