Masthead

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ବର୍ଷାରେ ଭିଜିବ ଦୋଳ ଓ ହୋଲି । ଆଜିଠାରୁ ୧୦ ତାରିଖ ପର୍ୟ୍ୟନ୍ତ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଓ କାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଏବଂ ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ ସହ କିଛି ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗ କେନ୍ଦ୍ରର କହିବା ଅନୁସାରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ମାର୍ଚ୍ଚ ୮ରୁ ୧୦ ତାରିଖ ମଧ୍ୟରେ ପାଗର ପରିବର୍ତ୍ତନ ‌‌ହେବ । ୮ ତାରିଖରେ କୋରାପୁଟ, କଳାହାଣ୍ଡି, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା, ୯ ତାରିଖରେ ଛତିଶଗଡ଼ ସୀମାନ୍ତ ଜିଲ୍ଲା ଓ ୧୦ ତାରିଖରେ ଉଭୟ ପଶ୍ଚିମ ଓ ଦକ୍ଷିଣ ଆଭ୍ୟନ୍ତରରେ ପାଗ ମେଘୁଆ ରହିବ । ରାଜ୍ୟର ଅନ୍ୟସ୍ଥା‌ନରେ ପାଗ ଆଂଶିକ ମେଘୁଆ ରହିପାରେ। ୧୦ ତାରିଖରେ ଆଭ୍ୟନ୍ତର ଦକ୍ଷିଣ ଓ ଉତ୍ତରରେ ଅଳ୍ପ କେତୋଟି ସ୍ଥାନରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼