Masthead

ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ତାତିରୁ ମିଳିବ ସାମାନ୍ୟ ଆଶ୍ୱସ୍ତି । ବର୍ଷାରେ ଭିଜିବ ଦୋଳ ଓ ହୋଲି । ଆଜିଠାରୁ ୧୦ ତାରିଖ ପର୍ୟ୍ୟନ୍ତ ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର କିଛି ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଆଜି ଓ କାଲି ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲ୍ଲା ଏବଂ ୯ ଓ ୧୦ ତାରିଖରେ ଆଭ୍ୟନ୍ତରୀଣ ସହ କିଛି ଉପକୂଳ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ପାଣିପାଗ କେନ୍ଦ୍ରର କହିବା ଅନୁସାରେ ଆଜି ଝାରସୁଗୁଡ଼ା, ସୁନ୍ଦରଗଡ଼, ସମ୍ବଲପୁର, ଦେବଗଡ଼, କେନ୍ଦୁଝର, ମୟୁରଭଞ୍ଜ, ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।

ମାର୍ଚ୍ଚ ୮ରୁ ୧୦ ତାରିଖ ମଧ୍ୟରେ ପାଗର ପରିବର୍ତ୍ତନ ‌‌ହେବ । ୮ ତାରିଖରେ କୋରାପୁଟ, କଳାହାଣ୍ଡି, ସୁନ୍ଦରଗଡ଼ ଓ ଝାରସୁଗୁଡ଼ା, ୯ ତାରିଖରେ ଛତିଶଗଡ଼ ସୀମାନ୍ତ ଜିଲ୍ଲା ଓ ୧୦ ତାରିଖରେ ଉଭୟ ପଶ୍ଚିମ ଓ ଦକ୍ଷିଣ ଆଭ୍ୟନ୍ତରରେ ପାଗ ମେଘୁଆ ରହିବ । ରାଜ୍ୟର ଅନ୍ୟସ୍ଥା‌ନରେ ପାଗ ଆଂଶିକ ମେଘୁଆ ରହିପାରେ। ୧୦ ତାରିଖରେ ଆଭ୍ୟନ୍ତର ଦକ୍ଷିଣ ଓ ଉତ୍ତରରେ ଅଳ୍ପ କେତୋଟି ସ୍ଥାନରେ ବର୍ଷା ହୋଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ