Masthead

ଯାତ୍ରା ମଞ୍ଚରେ ପରିବେଷଣ ହେବନି ଅଶ୍ଲୀଳ ଡ୍ୟାନ୍ସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଉ ଯାତ୍ରା ମଞ୍ଚରେ ପରିବେଷଣ ହେବନି ଅଶ୍ଲୀଳ ଡ୍ୟାନ୍ସ । ଦ୍ୱିଅର୍ଥବୋଧକ ସଂଳାପ ବି କହିପାରିବେନି କଳାକାର ।ନିୟମ ନମାନିଲେ ନିଆଯିବ କଠୋର କାର୍ୟ୍ୟାନୁଷ୍ଠାନ । ମେଲୋଡି କିମ୍ବା ନାଟକ ପରିବେଷଣ ସମୟରେ କଳାକାର ଓଡ଼ିଶାର ଗୌରବମୟ ସଂସ୍କୃତିକୁ ସମ୍ମାନ ଜଣାଇବେ । ଯାତ୍ରାରେ ବଢୁଥିବା ଅଶ୍ଳୀଳତାକୁ ଦୃଷ୍ଟିରେ ରଖି ଏପରି କଟକଣା ଲଗାଇଛନ୍ତି ରାଜ୍ୟ ସରକାର ।

ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖାଯାଇଛି । ଏହି ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସଂସ୍କୃତି ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅଶ୍ଳୀଳ ନୃତ୍ୟ, ଦ୍ୱିଅର୍ଥବୋଧକ ସଂଳାପ ଓ ଅଭିନୟ ପ୍ରଦର୍ଶନ କରାଯାଉଛି । ଏହା ଦ୍ୱାରା ପରିବାର ସହ ନାଟକ ଦେଖିବା ସମ୍ଭବ ହେଉନାହିଁ । ଏହା ପ୍ରଭାବରେ ଯୁବକ, ଯୁବତୀ ବିପଥଗାମୀ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ