Masthead

ଯାତ୍ରା ମଞ୍ଚରେ ପରିବେଷଣ ହେବନି ଅଶ୍ଲୀଳ ଡ୍ୟାନ୍ସ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଆଉ ଯାତ୍ରା ମଞ୍ଚରେ ପରିବେଷଣ ହେବନି ଅଶ୍ଲୀଳ ଡ୍ୟାନ୍ସ । ଦ୍ୱିଅର୍ଥବୋଧକ ସଂଳାପ ବି କହିପାରିବେନି କଳାକାର ।ନିୟମ ନମାନିଲେ ନିଆଯିବ କଠୋର କାର୍ୟ୍ୟାନୁଷ୍ଠାନ । ମେଲୋଡି କିମ୍ବା ନାଟକ ପରିବେଷଣ ସମୟରେ କଳାକାର ଓଡ଼ିଶାର ଗୌରବମୟ ସଂସ୍କୃତିକୁ ସମ୍ମାନ ଜଣାଇବେ । ଯାତ୍ରାରେ ବଢୁଥିବା ଅଶ୍ଳୀଳତାକୁ ଦୃଷ୍ଟିରେ ରଖି ଏପରି କଟକଣା ଲଗାଇଛନ୍ତି ରାଜ୍ୟ ସରକାର ।

ଓଡ଼ିଶା ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ ପକ୍ଷରୁ ସବୁ ଜିଲ୍ଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖାଯାଇଛି । ଏହି ନିୟମ କଡ଼ାକଡ଼ି ପାଳନ କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ସଂସ୍କୃତି ବିଭାଗ ପକ୍ଷରୁ କୁହାଯାଇଛି ଯେ, ଅଶ୍ଳୀଳ ନୃତ୍ୟ, ଦ୍ୱିଅର୍ଥବୋଧକ ସଂଳାପ ଓ ଅଭିନୟ ପ୍ରଦର୍ଶନ କରାଯାଉଛି । ଏହା ଦ୍ୱାରା ପରିବାର ସହ ନାଟକ ଦେଖିବା ସମ୍ଭବ ହେଉନାହିଁ । ଏହା ପ୍ରଭାବରେ ଯୁବକ, ଯୁବତୀ ବିପଥଗାମୀ ହେଉଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ଗୋଷ୍ଠୀସଙ୍ଘର୍ଷ, ୭ ଆହତ 🔴 ବିଜାପୁରରେ ପୁଣି ମାଓ ହିଂସା 🔴 ବିଭିନ୍ନ ସ୍ଥାନରେ ହାଲୁକା ବର୍ଷା ସମ୍ଭାବନା 🔴 ଇସ୍ରାଏଲ ଓ ଇରାନ ଯୁଦ୍ଧରେ ଆମେରିକାର ଏଣ୍ଟ୍ରି 🔴 ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ