Masthead

ମୋଦିଙ୍କୁ ପିନାରାଇ ବିଜୟନଙ୍କ ଚିଠି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ମନୀଷ ସିସୋଦିଆ ଗିରଫ ମାମଲା । ୯ ବିରୋଧୀଦଳ ନେତାଙ୍କ ପରେ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ କେରଳ ମୁଖ୍ୟମନ୍ତ୍ରୀ । କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ କହିଛନ୍ତି କି କେନ୍ଦ୍ରୀୟ ଏଜେନ୍ସିର କିଛି କାର୍ୟ୍ୟାନୁଷ୍ଠାନ ଏବେ ଲୋକଙ୍କ ମନରେ ସନ୍ଦେହ ସୃଷ୍ଟି କରିଛି । କେନ୍ଦ୍ରୀୟ ଏଜେନ୍ସିକୁ ରାଜନୈତିକ ସ୍ୱାର୍ଥ ପାଇଁ ବ୍ୟବହାର କରାଯାଉଛି ।

ଏନେଇ ଲୋକଙ୍କ ମନରେ ଥିବା ଧାରଣାକୁ କେନ୍ଦ୍ର ସରକାର ଦୂର କରନ୍ତୁ । ଏହାସହ ଆପ୍ ନେତାଙ୍କୁ ରାଜନୈତିକ କାରଣରୁ ଗିରଫ କରାଯାଇଛି ବୋଲି ପିନାରାଇ ବିଜୟନ କହିଛନ୍ତି । କେରଳ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଲେଖିଥିବା ଚିଠିରେ କହିଛନ୍ତି, ସିସୋଦିଆଙ୍କ ମାମଲାର ଯାଂଚ ବେଳେ ତାଙ୍କ ଠାରୁ କୌଣସି ନଗଦ ଟଙ୍କା ମିଳିନାହିଁ । ସେ ଜଣେ ନିର୍ବାଚିତ ପ୍ରତିନିଧି, ଯାଂଚ ଏଜେନ୍ସିର ନୋଟିସ ଉପରେ ସେ ବାରମ୍ବାର ଜବାବ ଦେଇଛନ୍ତି ଓ ଯାଂଚରେ ସହଯୋଗ କରୁଥିବା ବେଳେ ତାଙ୍କୁ କିଭଳି ଗିରଫ କରାଗଲା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ