Masthead

ସିସୋଦିଆଙ୍କୁ ହତ୍ୟା କରିବାକୁ ଷଡ଼ଯନ୍ତ୍ର ରଚିଛନ୍ତି କେଜ୍ରିୱାଲ: ମନୋଜ ତିୱାରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ଦିଲ୍ଲୀର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ ଏବେ ତିହାର ଜେଲରେ । ତାଙ୍କ ଗିରଫକୁ ନେଇ ଚାରିଆଡ଼େ ଲାଗି ରହିଛି ଅସନ୍ତୋଷ । ଏପରିକି କେନ୍ଦ୍ର ସରକାର ସିବିଆଇ ଓ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ଦୁରୂପଯୋଗ କରୁଛନ୍ତି ବୋଲି ଅଭିଯୋଗ କରି ବିରୋଧୀ ଦଳର ୯ ଜଣ ନେତା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଥିଲେ । ତେବେ ଏହା ମଧ୍ୟରେ ଏହି ମାମଲାରେ ଏକ ନୂଆ ତଥ୍ୟ ସାମ୍ନାକୁ ଆସିଛି । ବିଜେପି ନେତା ମନୋଜ ତିୱାରୀ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟି ଆବାହକ ଅରବିନ୍ଦ କେଜ୍ରିୱାଲଙ୍କ ବିରୋଧରେ ଏକ ବଡ଼ ବୟାନ ଦେଇଛନ୍ତି ।

କେଜ୍ରିୱାଲଙ୍କ ରହସ୍ୟର ଖୁଲାସାକୁ ରୋକିବା ପାଇଁ ସିସୋଦିଆଙ୍କ ହତ୍ୟା ଷଡ଼ଯନ୍ତ୍ର ରଚାଯାଇଥିବା ମନୋଜ ପ୍ରଶ୍ନ କରିଛନ୍ତି । ସିସୋଦିଆଙ୍କ ପ୍ରତି ବିଜେପି ତରଫରୁ ବିପଦ ରହିଥିବା ନେଇ ଧାରଣା ସୃଷ୍ଟି କରାଯାଉଥିବା ମଧ୍ୟ ସେ କହିଛନ୍ତି । ଏହା ପୂର୍ବରୁ ଜେଲ ମଧ୍ୟରେ ସିସୋଦିଆଙ୍କୁ ହତ୍ୟା ନେଇ ଆଶଙ୍କା ବ୍ୟକ୍ତ କରିଥିଲା ଆପ । ଆପ ପ୍ରବକ୍ତା ସୌରଭ ଭରଦ୍ୱାଜ ବିଜେପିକୁ ଟାର୍ଗେଟ କରି କହିଥିଲେ, ସିସୋଦିଆଙ୍କୁ ଜେଲ ପଠାଇବା ପଛରେ ଏକ ବଡ଼ ଷଡ଼ଯନ୍ତ୍ର ରହିଛି । ସିସୋଦିଆଙ୍କୁ ତିହାର ଜେଲ ନମ୍ବର ୧ରେ ରଖାଯାଇଛି । ସେଠାରେ ହିଂସ୍ରକ ଓ ଭୟଙ୍କର ଅପରାଧୀଙ୍କୁ ରଖାଯାଇଥାଏ । ଏପରିକି ସେହି ସ୍ଥାନରେ ଅପରାଧୀଙ୍କ ଇସାରାରେ କାହାକୁ ବି ହତ୍ୟା କରାଯାଇପାରେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି