୬୭ ବର୍ଷ ବୟସରେ ସତୀଶ କୌଶିକଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପରଲୋକରେ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକ । ୬୭ ବର୍ଷ ବୟସରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି । ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ । ବହୁ ଚଳଚ୍ଚିତ୍ର ଲାଗି ସେ ଚିତ୍ରନାଟ୍ୟ ମଧ୍ୟ ରଚନା କରିଥିଲେ । ସତୀଶ କୌଶିକ ୧୯୫୬ ମସିହା ଏପ୍ରିଲ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ।

ଛାତ୍ର ଜୀବନରୁ ତାଙ୍କର ଅଭିନୟ ପ୍ରତି ଆଗ୍ରହ ଥିଲା । କଲେଜ ଶିକ୍ଷା ଶେଷ ପରେ ସେ ଦିଲ୍ଲୀର ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ଓ ପୁନେର ଏଫଟିଆଇଆଇରେ ଅଧ୍ୟୟନ କରିଥିଲେ । ବଲିଉଡ଼ ଫିଲ୍ମ ମିଷ୍ଟର ଇଣ୍ଡିଆ, ଦିୱାନା ମସ୍ତାନା, ରାମଲକ୍ଷ୍ମଣ, ସାଜନ ଚଲେ ଶଶୁରାଲ ଛବିରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ । ୧୦ରୁ ଅଧିକ ଫିଲ୍ମରେ ନିଦେ୍ର୍ଦଶନା କରିଛନ୍ତି । ସେ ୨ଥର ଶ୍ରେଷ୍ଠ ଅଭିନେତା ଭାବେ ଫିଲ୍ମ ଫେୟାର ପୁରସ୍କାର ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 ଚୌଦ୍ୱାର ଜେଲ କଳି ବଢାଇଲା ଅଡ଼ୁଆ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’