Masthead

୬୭ ବର୍ଷ ବୟସରେ ସତୀଶ କୌଶିକଙ୍କ ପରଲୋକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପରଲୋକରେ ଅଭିନେତା ତଥା ନିର୍ଦ୍ଦେଶକ ସତୀଶ କୌଶିକ । ୬୭ ବର୍ଷ ବୟସରେ ହୃଦଘାତରେ ତାଙ୍କର ଦେହାନ୍ତ ହୋଇଛି । ବରିଷ୍ଠ ଅଭିନେତା ଅନୁପମ ଖେର ଟ୍ୱିଟ କରି ସୂଚନା ଦେଇଛନ୍ତି । ସେ ଏକାଧାରରେ ଜଣେ ଲୋକପ୍ରିୟ ଅଭିନେତା, ନିର୍ଦ୍ଦେଶକ ଓ ପ୍ରଯୋଜକ ଥିଲେ । ବହୁ ଚଳଚ୍ଚିତ୍ର ଲାଗି ସେ ଚିତ୍ରନାଟ୍ୟ ମଧ୍ୟ ରଚନା କରିଥିଲେ । ସତୀଶ କୌଶିକ ୧୯୫୬ ମସିହା ଏପ୍ରିଲ ୧୩ ତାରିଖରେ ଜନ୍ମଗ୍ରହଣ କରିଥିଲେ ।

ଛାତ୍ର ଜୀବନରୁ ତାଙ୍କର ଅଭିନୟ ପ୍ରତି ଆଗ୍ରହ ଥିଲା । କଲେଜ ଶିକ୍ଷା ଶେଷ ପରେ ସେ ଦିଲ୍ଲୀର ନ୍ୟାସନାଲ ସ୍କୁଲ ଅଫ ଡ୍ରାମା ଓ ପୁନେର ଏଫଟିଆଇଆଇରେ ଅଧ୍ୟୟନ କରିଥିଲେ । ବଲିଉଡ଼ ଫିଲ୍ମ ମିଷ୍ଟର ଇଣ୍ଡିଆ, ଦିୱାନା ମସ୍ତାନା, ରାମଲକ୍ଷ୍ମଣ, ସାଜନ ଚଲେ ଶଶୁରାଲ ଛବିରେ ଅଭିନୟ କରି ଦର୍ଶକଙ୍କ ମନ ଜିଣିଥିଲେ । ୧୦ରୁ ଅଧିକ ଫିଲ୍ମରେ ନିଦେ୍ର୍ଦଶନା କରିଛନ୍ତି । ସେ ୨ଥର ଶ୍ରେଷ୍ଠ ଅଭିନେତା ଭାବେ ଫିଲ୍ମ ଫେୟାର ପୁରସ୍କାର ପାଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ରାଜ୍ୟବାସୀଙ୍କ ପାଇଁ ବଡ଼ ଆଶ୍ୱସ୍ତି, ଓଡ଼ିଶା ଛୁଇଁଲା ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ 🔴 ଗୃହିଣୀଙ୍କ ପାଇଁ ସୁପ୍ରିମକୋର୍ଟରୁ ଆସିଲା ବଡ ଶୁଣାଣୀ 🔴 ଧମକର କେଇ ଘଣ୍ଟା ପରେ ଟ୍ରମ୍ପଙ୍କ ୟୁଟର୍ଣ୍ଣ