Masthead

ନେପାଳ ଦେଖିବ ନୂଆ ରାଷ୍ଟ୍ରପତି

ନେପାଳ (ବଡ଼ ଖବର ବ୍ୟୁରୋ): ନେପାଳ ଦେଖିବ ନୂଆ ରାଷ୍ଟ୍ରପତି । ଗୁରୁବାର ନେପାଳରେ ରାଷ୍ଟ୍ରପତି ନିର୍ବାଚନ ହେବ। ଏନେଇ ସମସ୍ତ ପ୍ରସ୍ତୁତି ସରିଛି ବୋଲି ବୁଧବାର ସେଠାକାର ନିର୍ବାଚନ କମିଶନଙ୍କ ପକ୍ଷରୁ କୁହାଯାଇଛି। ରାତି ୭ଟା ସୁଦ୍ଧା ଫଳାଫଳ ପ୍ରକାଶ ପାଇବା ଆଶା ରହିଛି ବୋଲି ନିର୍ବାଚନ ଅଧିକାରୀ ମହେଶ ଶର୍ମା ପାଉଡେଲ କହିଛନ୍ତି। ନେପାଳି କଂଗ୍ରେସର ବରିଷ୍ଠ ନେତା ରାମ ଚନ୍ଦ୍ର ପଉଡେଲ ଓ ସିପିଏନ(ୟୁଏମଏଲ)ର ଉପସଭାପତି ସୁବାସ ଚନ୍ଦ୍ର ନେମବାଙ୍ଗ ରାଷ୍ଟ୍ରପତି ପଦବୀ ପାଇଁ ନିର୍ବାଚନ ଲଢ଼ୁଛନ୍ତି।

ଏ ସଂକ୍ରାନ୍ତରେ ଭୋଟ ଦେବା ପାଇଁ ସଂସଦୀୟ କୋଠାର ଏକ ଗୃହରେ ସବୁ ପ୍ରକାର ବ୍ୟବସ୍ଥା କରାଯାଇଛି। ଦୁଇଟି ପୃଥକ ପୋଲିଂ ଷ୍ଟେସନ କରାଯାଇଛି। ଫେଡେରାଲ ପାର୍ଲିଆମେଣ୍ଟେରିଆନସ ଓ ପ୍ରଭିନ୍ସ ଏସେମ୍ବ୍ଲି ମେମ୍ବର୍ସ ନିଜ ମତାଧିକାର ସାବ୍ୟସ୍ତ କରିବେ। ପୂର୍ବାହ୍ନ ୧୦ଟାରୁ ଅପରାହ୍ନ ୩ଟା ପର୍ୟ୍ୟନ୍ତ ଭୋଟ ଗ୍ରହଣ କରାଯିବ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ