ପୂର୍ବରୁ ସ୍ମିତାରାଣୀଙ୍କ ଆତ୍ମହତ୍ୟା, ଏବେ ବ୍ରହ୍ମାନନ୍ଦଙ୍କ ସନ୍ଦେହ ଜନକ ମୃତ୍ୟୁ

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ଯାଜପୁର ଜିଲ୍ଲା ଧର୍ମଶାଳା ବ୍ଲକ୍ କନିଷ୍ଠ ଯନ୍ତ୍ରୀ ବ୍ରହ୍ମାନନ୍ଦ ପଣ୍ଡାଙ୍କ ସନ୍ଦେହ ଜନକ ମୃତ୍ୟୁ। ସରକାରୀ ବାସଭବନରୁ ମୃତଦେହ ଉଦ୍ଧାର। ମୃତଦେହ ଉଦ୍ଧାର କରି ଧର୍ମଶାଳା ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଧର୍ମଶାଳା ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ବ୍ରହ୍ମାନନ୍ଦ ଗତକାଲି ସନ୍ଧ୍ୟାରେ ବ୍ଲକରୁ ମିଟିଂ ସାରି ଘରକୁ ଫେରିଥିଲେ। ପରେ ଜଣେ ଷ୍ଟାଫ ତାଙ୍କ ଘରକୁ ଯାଇ ଖୋଜିବା ପରେ କୌଣସି ଉତ୍ତର ନପାଇ ସନ୍ଦେହ ହେବାରୁ ଝରକା ପଟେ ବ୍ରହ୍ମାନନ୍ଦ ତଳେ ପଡ଼ିଥିବା ଦେଖିଥିଲେ।

ପରେ ଧର୍ମଶାଳା ବିଡିଓଙ୍କ ଗାଡ଼ିରେ ତାଙ୍କୁ ଡାକ୍ତଖାନାରେ ଭର୍ତି କରା ଯାଇଥିଲେ ମଧ୍ୟ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି। ଧର୍ମଶାଳା ଡାକ୍ତରଖାନାରେ ବିଡିଓ ଏବଂ ଧର୍ମଶାଳା ପୋଲିସ ପହଞ୍ଚି ତଦନ୍ତ ଜାରି ରଖିଛନ୍ତି। ତେବେ ପୂର୍ବରୁ ଏହି ବ୍ଲକର କାର୍ଯ୍ୟନିର୍ବାହୀ ଅଧିକାରୀ ସ୍ମିତାରାଣୀ ଆତ୍ମହତ୍ୟା କରିଥିବାବେଳେ ବ୍ରହ୍ମାନନ୍ଦ ପଣ୍ଡାଙ୍କ ମୃତ୍ୟୁକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’