ରାକେଶ ଟିକାୟତଙ୍କ ପରିବାରକୁ ହତ୍ୟା ଧମକ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଭାରତୀୟ କୃଷକ ୟୁନିୟନର ରାଷ୍ଟ୍ରୀୟ ପ୍ରବକ୍ତା ରାକେଶ ଟିକାୟତ ଓ ତାଙ୍କ ପରିବାରକୁ ପୁଣିଥରେ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଛି । ବୁଧବାର ରାତିରେ ବିକେୟୁର ଅଧ୍ୟକ୍ଷ ନରେଶ ଟିକାୟତଙ୍କ ପୁଅ ଗୌରବ ଟିକାୟତଙ୍କ ଫୋନକୁ ଫୋନ କରି ଏହି ଧମକ ଦିଆଯାଇଛି । ସେ ତାଙ୍କ ଗାଁ ସିସୌଲିରେ ଥିଲାବେଳ ତାଙ୍କୁ ଧମକ ମିଳିଛି । ପରେ ସେ ଫୋନ ସୁଇଚ୍ ଅଫ୍ କରିଦେଇଥିଲେ ।

କିନ୍ତୁ ତାଙ୍କ ଫୋନକୁ କିଛି ଧମକପୂର୍ଣ୍ଣ ମେସେଜ ଆସିଥିଲା । ଏହାକୁ ନେଇ ଟିକାଏତ ପରିବାର ଅଜ୍ଞାତ ବ୍ୟକ୍ତିଙ୍କ ବିରୋଧରେ ଅଭିଯୋଗ କରିଛନ୍ତି । ଏହାପୂର୍ବରୁ ବି ରାକେଶ ଟିକାଏତଙ୍କ ପରିବାରକୁ ହତ୍ୟା ଧମକ ଦିଆଯାଇଥିଲା । ଏଥରର ଧମକକୁ ନେଇ ରାକେଶ ଟିକାୟତ କହିଛନ୍ତି, ପୂର୍ବରୁ ବି ତାଙ୍କୁ ଜୀବନରୁ ମାରି ଦେବାକୁ ଧମକ ଦିଆଯାଇଥିଲା । କେବେ ଛୁରୀରେ ତ କେବେ ଗୁଳି କରି ମାରିଦେବାକୁ ଧମକ ଦିଆଯାଇଥିଲା । ହେଲେ ଏଥର ବୋମାରେ ଉଡାଇ ଦେବାକୁ ଧମକ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ