Masthead

ଚିନ୍ତା ବଢାଇଲାଣି ଇନଫ୍ଲ୍ୟୁଏଞ୍ଜା ଭୂତାଣୁ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଇଲାଣି ଇନଫ୍ଲ୍ୟୁଏଞ୍ଜା ଭୂତାଣୁ । ଇନଫ୍ଲ୍ୟୁଏଞ୍ଜା ଭୂତାଣୁ ପ୍ରକୋପ ଦିନକୁ ଦିନ ବଢିବାରେ ଲାଗିଛି । ଚିନ୍ତାର ବିଷୟ ଏଚ୩ଏନ୨ ଭୂତାଣୁ ଯୋଗୁ ଦୁଇଜଣଙ୍କର ମୃତ୍ୟୁ ହୋଇଛି । ଜଣେ ବ୍ୟକ୍ତିଙ୍କର ହରିଆଣାରେ ହୋଇଥିବା ବେଳେ ଆଉ ଜଣଙ୍କର ମୃତ୍ୟୁ କର୍ଣ୍ଣାଟକରେ ହୋଇଛି । ଯାହା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ରହିଛି । ସାରା ଦେଶରେ ବର୍ତ୍ତମାନ ଏଚ୩ଏନ୨ ଭୂତାଣୁ ଯୋଗୁ ୯୦ଟି ମାମଲା ସାମ୍ନାକୁ ଆସିଛି । ଭାରତରେ ବର୍ତ୍ତମାନ ଦୁଇ ପ୍ରକାରର ଇନଫ୍ଲ୍ୟୁଏଞ୍ଜା ଭୂତାଣୁ ଏଚ୧ଏନ୧, ଏଚ୩ଏନ୨ ଭୂତାଣୁ ଦେଖିବାକୁ ମିଳିଛି ।

ଏହି ଭାଇରସରେ ମଧ୍ୟ କୋଭିଡ ଭୂତାଣୁ ଭଳି । ଏହା ଦ୍ୱାରା ତଣ୍ଟି ଦରଜ, କାଶ, ଦେହ ଘୋଳାବିନ୍ଧା ହୋଇଥାଏ । ନାକରୁ ପାଣି ମଧ୍ୟ ବାହାରେ । ଏହି ଭାଇରସ ବାରମ୍ବାର ନିଜ ରୂପ ବଦଳାଇ ଥାଏ । ଏଚ୩ଏନ୨ ଯୋଗୁଁ ଶରୀର ରୋଗ ପ୍ରତିରୋଧ ଶକ୍ତି କମିଥାଏ । ଏହି ଭୂତାଣୁ ହଂକଂ ଫ୍ଲୁ ଭାବେ ମଧ୍ୟ ବେଶ ପରିଚିତ । ସେପଟେ ହରିଆଣାରେ ଏହି ଭୂତାଣୁର ମାମଲା ବଢିଚାଲିଛି । ଡାକ୍ତରଖାନାରେ ରୋଗୀଙ୍କ ସଂଖ୍ୟା ୪୦ ପ୍ରତିଶତ ବୃଦ୍ଧି ହୋଇଛି । ସରକାର ତଥା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏନେଇ ହାଇଆଲର୍ଟ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ