Masthead

ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଓଡ଼ିଶାକୁ ମିଳିଲା ବିପର୍ଯ୍ୟୟ ପରିଚାଳନା ପୁରସ୍କାର । ଓସଡମା ପକ୍ଷରୁ ଏହି ପୁରସ୍କାର ଗ୍ରହଣ କରିଛନ୍ତି ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକ । ପ୍ରଧାନମନ୍ତ୍ରୀଙ୍କ ଠାରୁ ପୁରସ୍କାର ଗ୍ରହଣ କରିଛନ୍ତି ରାଜସ୍ୱମନ୍ତ୍ରୀ । ବିପର୍ଯ୍ୟୟ ପରିଚାଳନା ପାଇଁ ରାଜ୍ୟ ବିପର୍ଯ୍ୟୟ ପରିଚାଳନା କର୍ତ୍ତୃପକ୍ଷ ବା ଓସଡମାକୁ ‘ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର-୨୦୨୩’ ପ୍ରଦାନ କରାଯାଇଛି । ନୂଆଦିଲ୍ଲୀର ବିଜ୍ଞାନ ଭବନଠାରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହି ପୁରସ୍କାର ପ୍ରଦାନ କରିଛନ୍ତି ।

ପୁରସ୍କାର ବାବଦକୁ ୫୧ ଲକ୍ଷ ଟଙ୍କାର ଅର୍ଥରାଶି ସହିତ ସାର୍ଟିଫିକେଟ ପ୍ରଦାନ କରାଯାଇଛି । ପୁରସ୍କାର ଗ୍ରହଣ ବେଳେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ଓସଡମା ପରିଚାଳନା ନିର୍ଦ୍ଦେଶକ ନିକୁଞ୍ଜ ବିହାରୀ ଧଳ ମଧ୍ୟ ଉପସ୍ଥିତ ରହିଥିଲେ । ଓଡ଼ିଶାର ବିପର୍ଯ୍ୟୟ ପରିଚାଳନାକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ବାତ୍ୟାଠୁ ବନ୍ୟା ଭଳି ବିପର୍ଯ୍ୟୟ ସମୟରେ ଓଡ଼ିଶାର ପରିଚାଳନା ଖୁବ ଭଲ । ଏଥିପାଇଁ ଓଡ଼ିଶାକୁ ବିପର୍ଯ୍ୟୟ ପରିଚାଳନା ପୁରସ୍କାର ମିଳିଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି