Masthead

ୱାର୍ଡ଼ମେମ୍ବରଙ୍କୁ ମରଣାନ୍ତକ ଆକ୍ରମଣ

ବାଲେଶ୍ଵର(ବଡ଼ ଖବର ବ୍ୟୁରୋ): ପୂର୍ବଶତ୍ରୁତାକୁ କେନ୍ଦ୍ର କରି ଜଣେ ୱାର୍ଡ଼ମେମ୍ବରଙ୍କୁ ମରଣାନ୍ତକ ଆକ୍ରମଣ । ବିଚ୍ ରାସ୍ତାରେ ୱାର୍ଡମେମ୍ବରଙ୍କୁ ଗୋଡେଇ ଗୋଡେଇ ଭୁଜାଲି ଓ ଲୁହା ରୋଡରେ ଆକ୍ରମଣ କରିଛନ୍ତି ଦୁର୍ବୃତ୍ତ । ଆକ୍ରମଣ ପରେ ବାଇକ୍ ବି ପୋଡ଼ି ଦେଇଛନ୍ତି । ଗୁରୁତର ଅବସ୍ଥାରେ ୱାର୍ଡସଭ୍ୟଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ବାଲେଶ୍ଵର ଜିଲ୍ଲା ଖଇରା ଡ଼ାଲଙ୍ଗ ଗ୍ରାମର ୬ନଂ ୱାର୍ଡ ସଭ୍ୟ ଦୀପକ ପାଣିଗ୍ରାହି ଏକ ଗୋଣ୍ଡଗୋଳର ସମାଧାନ ବୈଠକ ସାରି ଘରକୁ ଫେରୁଥିଲେ । ଖଇରା ମୁନିପଦାଠାରେ ୫ ରୁ ଏକାଧିକ ଯୁବକ ମୁଁହରେ ପଟି ବାନ୍ଧି ଭୁଜାଳି ଓ ଲୁହା ପାଇପରେ ଆକ୍ରମଣ କରିଥିଲେ ।

ୱାର୍ଡମେମ୍ବର ଦୌଡ଼ି ପଲାଇ ଯାଉଥିବା ବେଳେ ଦୁର୍ବୃତ୍ତମାନେ ତାକୁ ପଛ ପଟୁ ଗୋଡ଼ାଇ ଗୋଡ଼ାଇ ଆକ୍ରମଣ କରିଥିଲେ । ୱାର୍ଡମେମ୍ବର ଙ୍କ ବାଇକ ମଧ୍ୟ ପୋଡି ଘଟଣା ସ୍ଥଳରୁ ଫେରାର ହୋଇଯାଇଥିଲେ ଦୁର୍ବୃତ୍ତ । ସ୍ଥାନୀୟ ଲୋକେ ୱାର୍ଡ ମେମ୍ବର ଦୀପକଙ୍କୁ ଖଇରା ମେଡିକାଲରେ ଭର୍ତ୍ତି କରିଛନ୍ତି । କିଛି ଦିନ ପୂର୍ବରୁ ତୁଡ଼ିଗଡିଆ ବଜାରରେ ଗଣ୍ଡଗୋଳ ହୋଇଥିଲା । ତୁଟ ଗ୍ରାମର କିଛି ଯୁବକ ସହିତ ୱାର୍ଡ ମେମ୍ବର ଦୀପକ ସହିତ ମନାନ୍ତର ହୋଇଥିଲା । ସେହି ଘଟଣାକୁ ନେଇ ଦୀପକକୁ ଆକ୍ରମଣ ହୋଇଥିଇ ପାରେ ବୋଲି ସନ୍ଦେହ କରାଯାଉଛି । ତେବେ ଥାନାରେ ଅଭିଯୋଗ ପରେ ପୋଲିସ ତଦନ୍ତ ଆରମ୍ଭ କରିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା