Masthead

ଧାମନଗରରେ ଅମିତ ଶାହାଙ୍କ ସଭା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ଓଡ଼ିଶା ଆସୁଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ । ଆସନ୍ତା ୨୬ ତାରିଖ ଦିନିକିଆ ଗସ୍ତରେ ଆସୁଛନ୍ତି ଶାହ । ପ୍ରଥମେ ଭଦ୍ରକ ଜିଲ୍ଲା ଆରଡ଼ିଠାରେ ବାବା ଆଖଣ୍ଡଳମଣିଙ୍କୁ ଦର୍ଶନ କରିବେ । ଧାମନଗର ବିଧାନସଭା ନିର୍ବାଚନମଣ୍ଡଳୀର ସାଆଁଳପୁର ପଡ଼ିଆରେ ବିରାଟ ସାଧାରଣ ସଭା କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କରିବେ ଶାହ । କାର୍ଯ୍ୟକର୍ତ୍ତାଙ୍କ ସହ ଭେଟଘାଟ କରିବେ ଏବଂ ମୋରାଲ ସପୋର୍ଟ ଦେବେ । ଜନସଭାରେ ୫୦ ହଜାରରୁ ଉର୍ଦ୍ଧ୍ବ କର୍ମୀ ଯୋଗଦେବାର କାର୍ୟ୍ୟକ୍ରମ ରହିଛି । ଭଦ୍ରକ ଲୋକସଭା ଅନ୍ତର୍ଗତ ୭ଟି ବିଧାନସଭା ନିର୍ବାଚନ ମଣ୍ଡଳୀର କାର୍ଯ୍ୟକର୍ତ୍ତା ଏହି ଜନସଭାରେ ସାମିଲ ହେବେ । ତାପରେ ଭୁବନେଶ୍ୱର ଠାରେ ଦଳର ବରିଷ୍ଠ ନେତୃତ୍ୱଙ୍କ ସହ ଗୁରୁତ୍ବପୂର୍ଣ୍ଣ ବୈଠକ ହେବ ଏବଂ ରଣନୀତି ପ୍ରସ୍ତୁତ କରିବେ । ଶେଷରେ ସେହି ଦିନ ସନ୍ଧ୍ୟାରେ ଦିଲ୍ଲୀ ଫେରିଯିବେ ଅମିତ ଶାହ । ଏ ନେଇ ରାଜ୍ୟ ବିଜେପି ସାଧାରଣ ସମ୍ପାଦିକା ଲେଖଶ୍ରୀ ସାମନ୍ତସିଂହାର ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର