ଆଜିଠୁ ପାଗ ଶୁଖିଲା, ୧୫ ରୁ ପୁଣି ଭିଜିବ ଓଡ଼ିଶା

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ): ୧୫ ରୁ ପୁଣି ଭିଜିବ ଓଡ଼ିଶା । ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ । ଏବଂ ୧୫ ତାରିଖରେ କିଛି ଜିଲ୍ଲାରେ ବର୍ଷା ସମ୍ଭାବନା ରହିଛି । ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟରେ ତାପମାତ୍ରା ସାମାନ୍ୟ ହ୍ରାସ ପାଇଛି । ରାଜ୍ୟରେ ଏବେ ବିଶେଷ ଖରାର ପ୍ରଭାବ ନାହିଁ। ତେବେ ଆଜିଠୁ ତାପମାତ୍ରା ସାମାନ୍ୟ ବୃଦ୍ଧି ଘଟିପାରେ। ଅନେକ ସ୍ଥାନରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ତାପମାତ୍ରା ବଢ଼ିପାରେ।

ଆସନ୍ତା ୨-୩ ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରା ୩୮ କିମ୍ବା ୩୯ ଡିଗ୍ରୀ ପର୍ଯ୍ୟନ୍ତ ଯାଇପାରେ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ଏହା ପରେ ପୁଣି ତାପମାତ୍ରା ଖସିବ। ଆଜିଠୁ ୧୪ ତାରିଖ ପର୍ଯ୍ୟନ୍ତ ପାଗ ଶୁଖିଲା ରହିବ। ଆସନ୍ତା ୧୫ ତାରିଖରେ କେନ୍ଦୁଝର, ମୟୂରଭିଞ୍ଜ, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ଜିଲ୍ଲାରେ ବର୍ଷା ସମ୍ଭାବନା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ