Masthead

ଇତିହାସ ରଚିଲା ଭାରତ, ଦୁଇ ଦୁଇଟି ଓସ୍କାର

ମୁମ୍ବାଇ (ବଡ଼ ଖବର ବ୍ୟୁରୋ): ଆମେରିକାର ଲସଏଞ୍ଜେଲସରେ ୯୫ତମ ଓସ୍କାର ଚଳଚ୍ଚିତ୍ର ପୁରସ୍କାର ସମାରୋହ ଆରମ୍ଭ ହୋଇଛି। ଏଥିରେ ଭାରତ ଇତିହାସ ସୃଷ୍ଟି କରିଛି । ଭାରତୀୟ କ୍ଷୁଦ୍ର ଚଳଚ୍ଚିତ୍ର ‘ଏଲିଫ୍ୟାଣ୍ଟ ହୁଇସପରର୍ସ’କୁ ସର୍ଟ ଫିଲ୍ମ ବର୍ଗରେ ଓସ୍କାର ପୁରସ୍କାର ମିଳିଛି । ସେହିପରି ‘RRR’ ର ନାଟୁ ନାଟୁକୁ ଶ୍ରେଷ୍ଠ ଅରିଜିନାଲ ଗୀତ ବର୍ଗରେ ମଧ୍ୟ ଓସ୍କାର ପୁରସ୍କାର ମିଳିଛି। କାର୍ତିକି ଗନ୍‌ସାଲ୍‌ଭେସ୍‌ ଏବଂ ଗୁନୀତ୍‌ ମୋଙ୍ଗାଙ୍କ ‘ନେଟ୍‌ଫ୍ଲିକ୍ସ୍‌’ କ୍ଷୁଦ୍ର ପ୍ରାମାଣିକ ଛବି ‘ଦି ଏଲିଫ୍ୟାଣ୍ଟ୍‌ ୱିସ୍ପରର୍‌ସ୍‌’ ୯୫ତମ ‘ଏକାଡେମି ଆୱାର୍ଡସ୍‌’ରେ ‘ବେଷ୍ଟ୍‌ ଡକ୍ୟୁମେଣ୍ଟାରି ସର୍ଟ’ ବର୍ଗରେ ‘ଓସ୍କାର୍‌’ ବିଜୟୀ ହୋଇଛି। ଏହା ଭାରତୀୟ ସିନେପ୍ରେମୀଙ୍କ ମହଲରେ ଆନନ୍ଦ ଖେଳାଇ ଦେଇଛି।

ସେହିପରି ଏସ୍‌ଏସ୍ ରାଜାମୌଲିଙ୍କ ଚଳଚ୍ଚିତ୍ର ‘RRR’ କ୍ରମାଗତ ଭାବରେ ସଫଳତାର ନୂଆ ରେକର୍ଡ କରି ଚାଲିଛି। ଏହି ଚଳଚ୍ଚିତ୍ରର ଗୀତ ‘ନାଟୁ-ନାଟୁ’ ଶ୍ରେଷ୍ଠ ମୂଳ ଗୀତ ବର୍ଗରେ ଓସ୍କାର ପାଇଁ ମନୋନୀତ ହୋଇଛି। ଏହା ପୂର୍ବରୁ ମଧ୍ୟ ଫିଲ୍ମ ଅନେକ ପୁରସ୍କାର ଜିତିଛି। ବର୍ତ୍ତମାନ କେବଳ ଫିଲ୍ମ ଇଣ୍ଡଷ୍ଟ୍ରି ନୁହେଁ, ଭାରତର ନା’କୁ ମଧ୍ୟ ଗର୍ବିତ କରିଥିବା ଏହି ଚଳଚ୍ଚିତ୍ରର ନା’ରେ ଆଉ ଏକ ସଫଳତା ଯୋଡିହୋଇଛି। ଚଳଚ୍ଚିତ୍ର ‘RRR’ ଜାପାନର ବକ୍ସ ଅଫିସ୍‌ରେ ୧୦୦ ଦିନ ପୂରଣ କରିଥିବା ପ୍ରଥମ ଭାରତୀୟ ଚଳଚ୍ଚିତ୍ର ହୋଇପାରିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼