Masthead

ସମଲିଙ୍ଗୀ ବିବାହକୁ କେନ୍ଦ୍ରର ବିରୋଧ, ଆଜି ସୁପ୍ରିମ ଶୁଣାଣି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବା ପାଇଁ ଦାଖଲ କରାଯାଇଥିବା ପିଟିସନ ଉପରେ ସୁପ୍ରିମ୍‌କୋର୍ଟ ଆଜି ଶୁଣାଣି କରିବେ। ପ୍ରଧାନବିଚାରପତି ଡିୱାଇ ଚନ୍ଦ୍ରଚୂଡ଼, ନ୍ୟାୟାଧୀଶ ପିଏସ୍ ନରସିଂହ ଓ ଜେବି ପାରଦିୱାଲାଙ୍କ ବେଞ୍ଚରେ ଏହା ଉପରେ ଶୁଣାଣି ହେବ। କେନ୍ଦ୍ର ସରକାର ସମଲିଙ୍ଗୀ ବିବାହକୁ ବିରୋଧ କରି ସୁପ୍ରିମ୍‌କୋର୍ଟରେ ଏକ ସତ୍ୟପାଠ ଦାଖଲ କରିଛନ୍ତି।

ସରକାରଙ୍କ ପକ୍ଷରୁ କୁହାଯାଇଛି ଯେ ଧାରା ୩୭୭କୁ ଅପରାଧ ଶ୍ରେଣୀରୁ ବାହାର କରି ଦିଆଗଲେ ମଧ୍ୟ ସମଲିଙ୍ଗୀ ବିବାହକୁ ମାନ୍ୟତା ଦେବାର ପ୍ରଶ୍ନ ଉଠୁନି। ତେବେ ମାନ୍ୟତା ନ ମିଳିଲେ ମଧ୍ୟ ଏ ପ୍ରକାର ସମ୍ବନ୍ଧ ବେଆଇନ ନୁହେଁ। ସମଲିଙ୍ଗୀ ବିବାହ ଭାରତୀୟ ପରମ୍ପରା-ବିରୋଧୀ। ସମାଜିକ ମହତ୍ତ୍ବ ଦୃଷ୍ଟିରୁ କେନ୍ଦ୍ର କେବଳ ପୁରୁଷ ଓ ମହିଳାଙ୍କ ବିବାହକୁ ମାନ୍ୟତା ଦେବାକୁ ଇଚ୍ଛୁକ। ଏହାଛଡ଼ା ଅନ୍ୟ କୌଣସି ପ୍ରକାର ବିବାହକୁ ମାନ୍ୟତା ଦିଆଯିବା ଉଚିତ ନୁହେଁ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି