Masthead

ଓଲଟିଲା ଯାତ୍ରୀବାହୀ ବସ, ୨୫ରୁ ଅଧିକ ଯାତ୍ରୀ ଆହତ

ବାରିପଦା (ବଡ଼ ଖବର ବ୍ୟୁରୋ): ଭାରସାମ୍ୟ ହରାଇ ଓଲଟିଲା ଯାତ୍ରୀବାହୀ ବସ । ୨୫ରୁ ଅଧିକ ଯାତ୍ରୀ ଆହତ,୪ ଗୁରୁତର । ରାଇରଙ୍ଗପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଇନ୍ଦ୍ରାଣୀ ନାମକ ଏକ ଘାରେଇ ଯାତ୍ରୀବାହୀ ବସ କୃଷ୍ଣଚନ୍ଦ୍ରପୁର ନିକଟରେ ଦୁର୍ଘଟଣା ଗ୍ରସ୍ତ ହୋଇଛି। ସୂଚନା ଅନୁଯାୟୀ ବସଟି ଭୁବନେଶ୍ୱର ଅଭିମୁଖେ ଯାଉଥିବା ବେଳେ ରାତ୍ରି ପ୍ରାୟ ୧ ଟା ବେଳେ କୃଷ୍ଣଚନ୍ଦ୍ରପୁର ଫ୍ଲାଏ ଓଭର ନିକଟରେ ଭାରସାମ୍ୟ ହରାଇ  ଜାତୀୟ ରାଜପଥରେ ଓଲଟି ପଡ଼ିଥିଲା। ତେବେ ବସରେ ବସିଥିବା୨୫ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ବେଳେ ୪ଜଣ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚି ସେମାନଙ୍କୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ପିଆରଏମ ମେଡିକାଲ କଲେଜରେ ଭର୍ତ୍ତି କରିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ