Masthead

ମୋବାଇଲ ପାଇଁ ସ୍ୱାମୀଙ୍କୁ ପନିକିରେ ହାଣିଲା ସ୍ତ୍ରୀ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ମୋବାଇଲ ପାଇଁ ସ୍ୱାମୀଙ୍କୁ ପନିକିରେ ଆକ୍ରମଣ କଲା ସ୍ତ୍ରୀ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସ୍ୱାମୀ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ପୁଇଁତଲା ଥାନା କେସେରକେଲା ଗାଁ ରେ । ଗତ ଛଅ ବର୍ଷ ତଳେ କେଷେରକେଲା ଗାଁ ର ଗଣେଶ୍ୱର ସୁନା ଛତିଶଗଡ ବିଳାସପୁରର ଈଶ୍ବରୀ କୁମାରୀଙ୍କୁ ବାହା ହୋଇଥିଲେ ।

ଗଣେଶ୍ବରଙ୍କ କହିବାନୁଯାୟୀ, ଗତକାଲି ସ୍ୱାମୀଙ୍କୁ ମୋବାଇଲ ମାଗିଥିଲେ ସ୍ତ୍ରୀ ଈଶ୍ବରୀ । କିନ୍ତୁ ଡାଟା ଶେଷ ହୋଇଯିବ କହି ସ୍ତ୍ରୀକୁ ମୋବାଇଲ ଦେଇନଥିଲେ ଗଣେଶ୍ୱର । ଫଳରେ ବିଳମ୍ବିତ ରାତିରେ ସ୍ୱାମୀ ଶୋଇଥିବା ଅବସ୍ଥାରେ ହାଠାତ ଈଶ୍ବରୀ ପନିକି ଆଣି ଗଣେଶ୍ୱରଙ୍କ ମୁଣ୍ଡରେ ଆକ୍ରମଣ କରିଥିଲେ । ଗଣେଶ୍ୱର ପ୍ରତିରୋଧ କରିବାରୁ ତାଙ୍କ ହାତକୁ ମଧ୍ୟ ଆକ୍ରମଣ କରିଥିଲେ । ସ୍ୱାମୀଙ୍କୁ ଲହୁଲୁହାଣ କରି ଝିଅ ସହିତ ଫେରାର ମାରିଛି ସ୍ତ୍ରୀ । ସ୍ଥାନୀୟ ଲୋକେ ଗଣେଶ୍ୱରକୁ ଉଦ୍ଧର କରି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା