Masthead

ମୋବାଇଲ ପାଇଁ ସ୍ୱାମୀଙ୍କୁ ପନିକିରେ ହାଣିଲା ସ୍ତ୍ରୀ

ବଲାଙ୍ଗୀର(ବଡ଼ ଖବର ବ୍ୟୁରୋ): ମୋବାଇଲ ପାଇଁ ସ୍ୱାମୀଙ୍କୁ ପନିକିରେ ଆକ୍ରମଣ କଲା ସ୍ତ୍ରୀ । ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି ସ୍ୱାମୀ । ଏପରି ଏକ ଅଭାବନୀୟ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲା ପୁଇଁତଲା ଥାନା କେସେରକେଲା ଗାଁ ରେ । ଗତ ଛଅ ବର୍ଷ ତଳେ କେଷେରକେଲା ଗାଁ ର ଗଣେଶ୍ୱର ସୁନା ଛତିଶଗଡ ବିଳାସପୁରର ଈଶ୍ବରୀ କୁମାରୀଙ୍କୁ ବାହା ହୋଇଥିଲେ ।

ଗଣେଶ୍ବରଙ୍କ କହିବାନୁଯାୟୀ, ଗତକାଲି ସ୍ୱାମୀଙ୍କୁ ମୋବାଇଲ ମାଗିଥିଲେ ସ୍ତ୍ରୀ ଈଶ୍ବରୀ । କିନ୍ତୁ ଡାଟା ଶେଷ ହୋଇଯିବ କହି ସ୍ତ୍ରୀକୁ ମୋବାଇଲ ଦେଇନଥିଲେ ଗଣେଶ୍ୱର । ଫଳରେ ବିଳମ୍ବିତ ରାତିରେ ସ୍ୱାମୀ ଶୋଇଥିବା ଅବସ୍ଥାରେ ହାଠାତ ଈଶ୍ବରୀ ପନିକି ଆଣି ଗଣେଶ୍ୱରଙ୍କ ମୁଣ୍ଡରେ ଆକ୍ରମଣ କରିଥିଲେ । ଗଣେଶ୍ୱର ପ୍ରତିରୋଧ କରିବାରୁ ତାଙ୍କ ହାତକୁ ମଧ୍ୟ ଆକ୍ରମଣ କରିଥିଲେ । ସ୍ୱାମୀଙ୍କୁ ଲହୁଲୁହାଣ କରି ଝିଅ ସହିତ ଫେରାର ମାରିଛି ସ୍ତ୍ରୀ । ସ୍ଥାନୀୟ ଲୋକେ ଗଣେଶ୍ୱରକୁ ଉଦ୍ଧର କରି ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲରେ ଭର୍ତ୍ତି କରିଥିଲେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ