Masthead

ଜଙ୍ଗଲ ଜଳୁଛି, ମନ୍ତ୍ରୀ କ’ଣ ପଦକ୍ଷେପ ନେଉଛନ୍ତି: ସୁର ରାଉତରାୟ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଜଳୁଥିବା ଜଙ୍ଗଲକୁ ନେଇ ଗୃହରେ ସଦସ୍ୟଙ୍କ ଉଦବେଗ । କଂଗ୍ରେସ ବିଧାୟକ ସୁରେଶ ରାଉତରାୟ ପ୍ରସଙ୍ଗ ଉଠାଇ କହିଛନ୍ତି ଜଙ୍ଗଲ ଜଳୁଛି ମନ୍ତ୍ରୀ କଣ ପଦକ୍ଷେପ ନେଉଛନ୍ତି । ସେହିପରି ବିଜେପି ବିଧାୟିକା କୁସୁମ ଟେଟେ ବି ସମାନ ପ୍ରସଙ୍ଗ ଉଠାଇ ମନ୍ତ୍ରୀଙ୍କୁ ପ୍ରଶ୍ନ କରିଛନ୍ତି । ଯାହାର ଉତ୍ତର ରଖିଛନ୍ତି ପରିବେଶ ଓ ଜଙ୍ଗଲ ବିଭାଗ ମନ୍ତ୍ରୀ ପ୍ରଦୀପ କୁମାର ଅମାତ । କହିଛନ୍ତି ସ୍ୟାଟେଲାଇଟରେ ଯାହା ଆସୁଛି ସେଥିରେ କେବଳ ଜଙ୍ଗଲରେ ନିଆଁ ଲାଗୁନି ବରଂ ଅନେକ ସ୍ଥାନରେ ଚାଷୀମାନେ ଉନ୍ନତ ମାନର ଚାଷ କରିବା ପାଇଁ ଧାନ ବିଲରେ ନିଆଁ ଲଗେଇ ଦେଉଛନ୍ତି ।

ଧାନ କାଟିବା ପରେ ଯେଉଁ ବଳକା ରହିଯାଉଛି ସେଥିରେ ଚାଷୀମାନେ ନିଆଁ ଲଗେଇ ଦେଉଛନ୍ତି । ଯେଉଁଥିପାଇଁ ସାଟେଲାଇଟରେ ଅଧିକ ନିଆଁ ଲାଗିଥିବା ଆସୁଛି । ଯେତିକି ଅଞ୍ଚଳରେ ନିଆଁ ଲାଗିଛି ତାର ୯୮ ପ୍ରତିଶତକୁ ଅନୁଧ୍ୟାନ କରୁଛୁ । ବିଶେଷ କରି ଜଙ୍ଗଲ ନିଆଁ ନିୟନ୍ତ୍ରଣ ପାଇଁ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀ, ବନ ସୁରକ୍ଷା ସମିତିର ସହଯୋଗ ନିଆ ଯାଉଛି । ଆଧୁନିକ ପ୍ରଣାଳୀରେ ନିଆଁକୁ ଆୟତ୍ତ କରାଯାଉଛି ।

ଗତକାଲି ମୁଖ୍ୟ ଶାସନ ସଚିବ ବୈଠକ କରିଛନ୍ତି । ଯେଉଁମାନେ ଜଙ୍ଗଲ ଭିତରେ ପଶି ନିଆଁ ଲଗାଉଛନ୍ତି ସେମାନଙ୍କ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଉଛି । ଯେଉଁମାନେ ଜଙ୍ଗଲରେ ବୁଲାବୁଲି କରୁଛନ୍ତି ଯାହା ଉପରେ ସନ୍ଦେହ ହେଉଛି ତାଙ୍କ ଉପରେ ନଜର ରଖାଯାଉଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା