Masthead

ଯୋଗୀଜୀ ସାଧାରଣଲୋକଙ୍କ ସୁରକ୍ଷା ପାଇଁ ପ୍ରଭୁ କୃଷ୍ଣଙ୍କ ଭଳି କାମ କରୁଛନ୍ତି : ନୀତିନ ଗଡକରୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କୁ ପ୍ରଶଂସା କରିଛନ୍ତି । ତାଙ୍କୁ ଭଗବାନ କୃଷ୍ଣଙ୍କ ସହ ତୁଳନା କରିଛନ୍ତି। ସେ କହିଛନ୍ତି, ଭଗବତ ଗୀତାରେ ଭଗବାନ ଶ୍ରୀକୃଷ୍ଣ କହିଛନ୍ତି, ଯେତେବେଳେ ବି ଅନ୍ୟାୟ ହୁଏ, ସେଠାରେ ସେ ଅନ୍ୟାୟକୁ ଦୂର କରିବାକୁ ଅବତାରିତ ହୁଅନ୍ତି। ସେହିଭଳି ଉତ୍ତରପ୍ରଦେଶରେ ଯୋଗୀ ଜୀ ସାଧାରଣ ଲୋକଙ୍କ ସୁରକ୍ଷା ପାଇଁ ପ୍ରଭୁ କୃଷ୍ଣଙ୍କ ଭଳି କାର୍ଯ୍ୟ କରୁଛନ୍ତି। ଯେଉଁମାନେ ସମାଜ ପାଇଁ ବିପଜ୍ଜନକ ସେମାନଙ୍କ ବିରୋଧରେ ଦୃଢ ପଦକ୍ଷେପ ନେଇଛନ୍ତି ବୋଲି କେନ୍ଦ୍ର ମନ୍ତ୍ରୀ ନୀତିନ ଗଡକରୀ କହିଛନ୍ତି।

କେନ୍ଦ୍ର ମନ୍ତ୍ରୀ ସୋମବାର ଗୋରଖପୁରରେ ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣର ୧୮ଟି ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି। ଏହି ସମୟରେ ଜନସାଧାରଣଙ୍କୁ ସମ୍ବୋଧିତ କରି କହିଛନ୍ତି, ଯୋଗୀଜୀ ଆଇନ ଶୃଙ୍ଖଳା ପରିସ୍ଥିତିକୁ ନେଇ ଏକ ଉଦାହରଣ ସୃଷ୍ଟି କରିଥିବାରୁ ମୁଁ ଖୁସି । ମୁଁ ଏହା ପୂର୍ବରୁ କହିଥିଲି ଯେ, ଉତ୍ତରପ୍ରଦେଶର ରାସ୍ତାକୁ ଆମେରିକା ସହିତ ସମାନ କରିବୁ ଏବଂ ସେହି ଦିଗରେ ଆମର ଉଦ୍ୟମ ଆରମ୍ଭ ହୋଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ 🔴 କଂଗ୍ରେସକୁ ଫିନିସ୍‌ କରିବାକୁ ବିଜେଡି ସବୁବେଳେ ଷଡ଼ଯନ୍ତ୍ରରେ ରହିଛି: ସୋଫିଆ ଫିର୍ଦ୍ଦୋଷ 🔴 ବିଜେପି ଘୋଡ଼ା ବେପାର କରୁଛି: ନବୀନ ପଟ୍ଟନାୟକ 🔴 ରୋଗୀଙ୍କୁ ଲାତ, ଗୋଇଠା ମାରିଲେ ମହିଳା ଡାକ୍ତର 🔴 ଇରାନର କ୍ରାଉନ୍ ଜୁଏଲ୍ ଖାର୍ଗ ଦ୍ବୀପରେ ଆମେରିକାର ଆକ୍ରମଣ 🔴 ମାର୍ଚ୍ଚରୁ ଡରାଇଲାଣି ତାତି 🔴 ଆଜି ଗୃହରେ ପୁଣି ଉଠିବ ଗ୍ୟାସ୍ ପ୍ରସଙ୍ଗ! 🔴 ବକେୟା ଟ୍ରାଫିକ୍ ଚାଲାଣ ସମାଧାନ ପାଇଁ ନୂଆ ବ୍ୟବସ୍ଥା 🔴 ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସ ଜାରି କଲା ହ୍ବିପ୍ 🔴 ହର୍ମୁଜରେ ଭାରତକୁ ଅନୁମତି 🔴 ଓମାନର ସଲାଲାହ ବନ୍ଦର ଉପରେ ଇରାନୀ ଡ୍ରୋନ୍ ଆକ୍ରମଣ