Masthead

ରାଜ୍ୟବ୍ୟାପୀ ଡ୍ରାଇଭର ମହାସଂଘର ଆନ୍ଦୋଳନ, ରାଜରାସ୍ତାରେ ଶହ ଶହ ଡ୍ରାଇଭର

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ରାଜ୍ୟବ୍ୟାପୀ ଡ୍ରାଇଭରଙ୍କ ଆନ୍ଦୋଳନ । ଷ୍ଟିଅରିଂ ଛାଡ଼ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର ମହାସଂଘ । ୧୦ ଦଫା ଦାବିକୁ ରାଜ୍ୟ ସରକାର ପୂରଣ କରିନଥିବାରୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ଷ୍ଟିଅରିଂ ଛାଡ ଆନ୍ଦୋଳନ କରୁଛନ୍ତି ଡ୍ରାଇଭର । ସକାଳୁ ସକାଳୁ ବିଭିନ୍ନ ସ୍ଥାନରେ ଡ୍ରାଇଭରଙ୍କ ପ୍ରତିବାଦ ଦେଖିବାକୁ ମିଳିଛି । ପୁରା ରାଜ୍ୟରେ ଚକାଜାମ କରିଛନ୍ତି ଡ୍ରାଇଭର ସଂଘ । କେନ୍ଦ୍ରାପଡ଼ା ଜିଲ୍ଲାରେ ପ୍ରଭାବ ଦେଖିବାକୁ ମିଳିଛି । କଟକ-ଚାନ୍ଦବାଲି ରାଜ୍ୟ ରାଜପଥ ଓ ଚଣ୍ଡିଖୋଲ-ପାରାଦ୍ୱୀପ ଜାତୀୟ ରାଜପଥ ର ଦୁହୁରିଆ ନିକଟରେ ଡ୍ରାଏଇଭର ମହାସଙ୍ଘର ଜିଲ୍ଲା ସଭାପତିଙ୍କ ନେତୃତ୍ୱରେ ଶାନ୍ତିପୂର୍ଣ୍ଣ ଭାବରେ ରାସ୍ତା ରୋକ କରାଯାଉଛି ।

ଜରୁରୀକାଳୀନ ସେବାରେ ନିୟୋଜିତ ଗାଡିକୁ ଯାତାୟତ ପାଇଁ ଅନୁମତି ଅଛି । ତେବେ ଦଶ ଦଫା ଦାବିରୁ ମୁଖ୍ୟତଃ ସାମାଜିକ ପାଣ୍ଠି, ବୀମାରେ ଅନ୍ତର୍ଭୁକ୍ତ, ନିଜର ତଥା ପରିବାରର ସୁରକ୍ଷା ବ୍ୟବସ୍ଥା ରହିଥିବା ବେଳେ ପେଟପାଟଣା କୁ ନେଇ ଏହି ଚକାଜାମର ଡାକରା ଦିଆଯାଇଥିଲା । ଭୁବନେଶ୍ୱରରେ ଯଦି କୌଣସି ବ୍ୟକ୍ତି ଆଇନକୁ ହାତକୁ ନେବେ ତେବେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ପୁଲିସ କମିଶନର । କୌଣସି ଅପ୍ରତିକର ପରିସ୍ଥିତିର ମୁକାବିଲା ପାଇଁ ଅତିରିକ୍ତ ୧୫ ପ୍ଲାଟୁନ୍ ଫୋର୍ସ ଏବଂ ୪୦ ଜଣ ଅଫିସର ମୁତୟନ ରହିବେ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି