Masthead

 ଆଜିଠୁ ବଦଳିବ ପାଗ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଦଳିବ ପାଗ । ୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । ପଶ୍ଚିମା ଝଡ଼ ପ୍ରଭାବରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା । ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ । ୧୭ ତାରିଖରୁ ସାରା ରାଜ୍ୟରେ ଝଡ଼ବର୍ଷା ହେବ । ପବନ ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ । ୧୯ ତାରିଖ ସକାଳ ପର୍ୟ୍ୟନ୍ତ ବର୍ଷା ପବନ ଜାରି ରହିବ । ଏହି ସମୟରେ ରାଜ୍ୟରେ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ଯାଏ କମିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୫ରୁ ୧୮ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା