Masthead

 ଆଜିଠୁ ବଦଳିବ ପାଗ, ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ବର(ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ବଦଳିବ ପାଗ । ୩ ପର୍ଯ୍ୟନ୍ତ ବର୍ଷା ସମ୍ଭାବନା । ପଶ୍ଚିମା ଝଡ଼ ପ୍ରଭାବରେ କିଛି ଅଞ୍ଚଳରେ ବର୍ଷା ସମ୍ଭାବନା । ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ଅନୁଗୁଳ, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ନବରଙ୍ଗପୁର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର ।

ଏସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି । ଆସନ୍ତାକାଲିଠୁ ବର୍ଷାର ପରିମାଣ ବଢିବ । ୧୭ ତାରିଖରୁ ସାରା ରାଜ୍ୟରେ ଝଡ଼ବର୍ଷା ହେବ । ପବନ ବେଗ ଘଣ୍ଟା ପ୍ରତି ୪୦ରୁ ୫୦ କିମି ରହିବ । ୧୯ ତାରିଖ ସକାଳ ପର୍ୟ୍ୟନ୍ତ ବର୍ଷା ପବନ ଜାରି ରହିବ । ଏହି ସମୟରେ ରାଜ୍ୟରେ ତାପମାତ୍ରା ପ୍ରାୟ ୨ରୁ ୩ ଡିଗ୍ରୀ ଯାଏ କମିବ ବୋଲି କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏଥିପାଇଁ ୧୫ରୁ ୧୮ ତାରିଖ ପର୍ୟ୍ୟନ୍ତ ରାଜ୍ୟରେ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା