Masthead

କୋର୍ଟରେ ହାଜର ହେବେ ଲାଲୁ ଯାଦବ, ରାବ୍ରି ଦେବୀ

ପାଟନା (ବଡ଼ ଖବର ବ୍ୟୁରୋ): ଆଜି କୋର୍ଟରେ ହାଜର ହେବେ ଲାଲୁ ଯାଦବ, ରାବ୍ରି ଦେବୀ । ଜମି ବଦଳରେ ଚାକିରି ଦେବା ମାମଲାରେ ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ ଏବଂ ତାଙ୍କ ସ୍ତ୍ରୀ ତଥା ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ରାବ୍ରି ଦେବୀ ବୁଧବାର କୋର୍ଟରେ ହାଜର ହେବେ। ନିକଟରେ ସିବିଆଇ ଉଭୟଙ୍କୁ ଜେରା କରିଥିଲା । ଲାଲୁ ଯାଦବଙ୍କ ମୁମ୍ବାଇ, ପାଟଣା ଓ ରାଞ୍ଚିର ବାସଭବନ ଓ କାର୍ଯ୍ୟାଳୟରେ ଚଢାଉକରିବା ପରେ ଆଜି କୋର୍ଟରେ ହାଜର ହେବାକୁ ଯାଉଛନ୍ତି ଲାଲୁ ଯାଦବ, ପତ୍ନୀ ରାବ୍ରି ଦେବୀ ଓ ଝିଅ ମିସା ଭାରତୀ ।

ସିବିଆଇ ଏହାର ଚାର୍ଜସିଟରେ ଅଭିଯୋଗ କରିଛି ଯେ, ରେଳବାଇରେ ନିଯୁକ୍ତି ପାଇଁ ଭାରତୀୟ ରେଳର ଧାର୍ଯ୍ୟ ନିୟମ ଏବଂ ପ୍ରକ୍ରିୟାକୁ ଉଲ୍ଲଂଘନ କରି ଅନେକ ନିଯୁକ୍ତି ଦିଆଯାଇଛି। ୨୦୦୪ରୁ ୨୦୦୯ ମଧ୍ୟରେ ଲାଲୁ ରେଳ ମନ୍ତ୍ରୀ ଥିବାବେଳେ ରେଳ ବିଭାଗରେ ଚାକିରି ପାଇବା ପାଇଁ ଲୋକ ସେମାନଙ୍କ ଜମିକୁ ଲାଲୁ ଯାଦବଙ୍କ ପରିବାର ସଦସ୍ୟଙ୍କ ନାମରେ କରିଦେଉଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ଅଗଷ୍ଟ ୩ରୁ ପୁଣି ବର୍ଷା! 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ