Masthead

ଜମି ଦୁର୍ନୀତି ମାମଲାରେ ଲାଲୁଙ୍କୁ ଜାମିନ

ନୂଆଦିଲ୍ଲୀ(ବଡ଼ ଖବର ବ୍ୟୁରୋ): ବିହାର ପୂର୍ବତନ ମୁଖ୍ୟମନ୍ତ୍ରୀ ଲାଲୁ ପ୍ରସାଦ ଯାଦବଙ୍କୁ ମିଳିଲା ଜାମିନ । ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଏଥିସହ ଲାଲୁ ପ୍ରସାଦ ଯାଦବଙ୍କ ସ୍ତ୍ରୀ ରାବ୍ରି ଦେବୀ ଏବଂ ସେମାନଙ୍କ ଝିଅ ଏବଂ ଆରଜେଡି ସାଂସଦ ମିସା ଭାରତୀ ଜମି ବଦଳରେ ଚାକିରି ମାମଲାରେ ଜାମିନ ପ୍ରଦାନ କରାଯାଇଛି। ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟ ଲାଲୁ ଯାଦବ, ମିସା ଭାରତୀ ଏବଂ ରାବ୍ରି ଦେବୀଙ୍କୁ ୫୦ ହଜାର ଟଙ୍କା ବ୍ୟକ୍ତିଗତ ମୁଚାଲିକାରେ ଜାମିନ ପ୍ରଦାନ କରିଛନ୍ତି।

ରେଳ ଚାକିରି ବଦଳରେ ଜମି ମାମଲାରେ ତିନିଜଣ ଅଭିଯୁକ୍ତ ବୁଧବାର ଦିଲ୍ଲୀର ରାଉଜ ଆଭେନ୍ୟୁ କୋର୍ଟରେ ହାଜର ହୋଇଥିଲେ। ଶୁଣାଣି ପରେ ଲାଲୁ ଯାଦବ, ମିସା ଭାରତୀ ଏବଂ ରାବ୍ରି ଦେବୀ କୋର୍ଟରେ ଜାମିନ ଆବେଦନ କରିଥିଲେ। ଏହି ତିନିଜଣଙ୍କ ଆବେଦନକୁ ଗ୍ରହଣ କରି କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ବ୍ୟକ୍ତିଗତ ବଣ୍ଡରେ ଜାମିନ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ