ଭାଇରସ ନେଲା ଆଉ ଏକ ଜୀବନ

ମହାରାଷ୍ଟ୍ର (ବଡ଼ ଖବର ବ୍ୟୁରୋ): ମହାରାଷ୍ଟ୍ରରେ ଏଚ୍‌୩ଏନ୍‌୨ ଭାଇରସ୍‌ ଯୋଗୁ ଜଣେ ଛାତ୍ରଙ୍କ ପ୍ରଥମ ସନ୍ଦେହଜନକ ମୃତ୍ୟୁ ଖବର ସାମ୍ନାକୁ ଆସିଛି। ସେ ଉଭୟ କୋଭିଡ ଏବଂ ଏଚ୍‌୩ଏନ୍‌୨ ପଜିଟିଭ୍‌ ହୋଇଥିଲେ। ବର୍ତ୍ତମାନ ରିପୋର୍ଟ ଆସିବା ପରେ ହିଁ ତାଙ୍କର ମୃତ୍ୟୁର ପ୍ରକୃତ କାରଣ ଜଣାପଡ଼ିବ। ସୂଚନା ମୁତାବକ, ୨୩ ବର୍ଷୀୟ ଯୁବକ ଗତ ସପ୍ତାହରେ ସାଙ୍ଗମାନଙ୍କ ସହ ପିକ୍‌ନିକ୍‌ କରିବାକୁ କୋଣକନ୍‌ର ଆଲିବାଗକୁ ଯାଇଥିଲେ। ଫେରିବା ପରେ ତାଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ୍‌ ହୋଇଥିଲା । ପରେ ଯାଞ୍ଚ କରିବାରୁ ସେ କୋଭିଡ ପଜିଟିଭ ଚିହ୍ନଟ ହୋଇଥିଲେ।

ଏହାପରେ ତାଙ୍କୁ ଅହମ୍ମଦନଗରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ଯେଉଁଠାରେ ତାଙ୍କର ମୃତ୍ୟୁ ହୋଇଛି। ତେବେ ଯୁବକଙ୍କ ବ୍ୟବଚ୍ଛେଦ ରିପୋର୍ଟରୁ ଜଣାପଡିଛି ଯେ, ତାଙ୍କ ରକ୍ତରେ ଏଚ୍‌୩ଏନ୍‌୩ ଭାଇରସ୍‌ ମିଳିଥିଲା। କିନ୍ତୁ ଏ ସମ୍ପର୍କରେ କୌଣସି ସରକାରୀ ନିଶ୍ଚିତତା କରାଯାଇନାହିଁ। ଅନ୍ୟପଟେ ଯୁବକଙ୍କ ମୃତ୍ୟୁ ପରେ ଅହମଦନଗରର ସ୍ବାସ୍ଥ୍ୟ ବିଭାଗକୁ ସତର୍କ କରାଯାଇଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ