Masthead

ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ!

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜିଠୁ ରାଜ୍ୟରେ ପ୍ରବଳ ବର୍ଷିବ । ପଶ୍ଚିମାଝଡ ପ୍ରଭାବରେ କାଲିଠୁ ମେଘୁଆ ରହିଛି ପାଗ । ଆଜିଠୁ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଉତ୍ତର ଉପକୂଳ ରାଜ୍ୟରେ ଘଡଘଡି ବିଜୁଳି ସହିତ ବର୍ଷା ହେବ । ଦକ୍ଷିଣ ଆଭ୍ୟନ୍ତରୀଣ ଓଡ଼ିଶାର ୧୨ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି ହୋଇଛି । ବର୍ଷା ସହିତ ଘଣ୍ଟାପ୍ରତି ୪୦ ରୁ ୫୦ କିମି ବେଗରେ ପବନ ବହିବ । ଓଡ଼ିଶାରେ ପ୍ରବଳ ବର୍ଷା ନେଇ ବିଭିନ୍ନ ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାିଛି ।

ଗାଙ୍ଗେୟ ପଶ୍ଚିମବଙ୍ଗ ତଥା ହିମାଳୟ ପାଦଦେଶରୁ ଦକ୍ଷିଣ ଓଡ଼ିଶା ଯାଏଁ ଲମ୍ବିଛି ନିମ୍ନଚାପ ରେଖା । ଆଗକୁ ଏହା ଓଡ଼ିଶାର ଆହୁରି ନିକଟତର ହେବ । ଫଳରେ ପଶ୍ଚିମାଝଡର ଅଧିକ ଅନଭୂତ ହେବ । ଭୂମଧ୍ୟ ସାଗରରୁ ବାୟୁମଣ୍ଡଳର ମଧ୍ୟଭାଗରେ ଘୂର୍ଣ୍ଣିବଳୟ ସୃଷ୍ଟି ହେଲେ ପଶ୍ଚିମାଝଡ଼ ଆସେ । ଏହି ପବନ ପଶ୍ଚିମରୁ ପୂର୍ବ ଆଡ଼କୁ ପ୍ରବାହିତ ହେଉଥିବାରୁ ଏହାକୁ ପଶ୍ଚିମା ଝଡ କୁହାଯାଏ । ଏହି ଘୂର୍ଣ୍ଣିବଳୟ ବା ନିମ୍ନ ଚାପରେଖା ଦକ୍ଷିଣ ଅକ୍ଷାଂଶ ଆଡ଼କୁ ଗତି କଲେ ଓଡ଼ିଶା ଉପରେ ପ୍ରଭାବ ପକାଏ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା