ଡ୍ରାଇଭର ବନ୍ଧୁମାନଙ୍କ ଦାବିକୁ ଗୁରୁତ୍ୱର ସହ ନେଇ ସମାଧାନର ରାସ୍ତା ବାହାର କରନ୍ତୁ: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):  ଓଡ଼ିଶାରେ ଡ୍ରାଇଭର ମହାସଙ୍ଘର ଆନ୍ଦୋଳନକୁ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଟିଟ୍ୱ । ସେ ଲେଖିଛନ୍ତି ଡ୍ରାଇଭର ବନ୍ଧୁମାନଙ୍କ ସହ ଭଲ ଭାବେ ସରକାର ଆଲୋଚନା ନକରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ । ମୁଖ୍ୟମନ୍ତ୍ରୀଙ୍କୁ ମୁଁ ଅନୁରୋଧ କରୁଛି, ଡ୍ରାଇଭର ବନ୍ଧୁମାନଙ୍କ ଦାବିକୁ ଗୁରୁତ୍ୱର ସହ ନେଇ ଆପଣଙ୍କ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରନ୍ତୁ । ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ, ସେମାନେ ଆମ ମାନଙ୍କ ମଧ୍ୟରୁ ଜଣେ ।

କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁମାନେ ଦଣ୍ଡବତ ଯାତ୍ରା କରିଥିଲେ । ଏବେ ରାଜ୍ୟରେ ଡ୍ରାଇଭରମାନଙ୍କ ଆନ୍ଦୋଳନ ଯୋଗୁଁ ସାଧାରଣ ଲୋକମାନେ ହଇରାଣ ହେଉଥିବାବେଳେ ମୁଖ୍ୟମନ୍ତ୍ରୀ ସେମାନଙ୍କର ଦାବିକୁ ଗୁରୁତ୍ୱର ସହ ନେଇ ନିଜ ଉପସ୍ଥିତିରେ ସମସ୍ତ ଡ୍ରାଇଭର ସଂଘ ସହ ଆଲୋଚନା କରି ସମାଧାନର ରାସ୍ତା ବାହାର କରିବାକୁ ଟ୍ୱିଟ୍ ଜରିଆରେ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ଓଡ଼ିଶାରେ ଦୁଇ ଦିନ ହେଲା ଡ୍ରାଇଭର ବନ୍ଧୁ ମାନଙ୍କର ଗୋଟିଏ ଆନ୍ଦୋଳନ ଆରମ୍ଭ ହୋଇଛି । ଯାହା ଦ୍ୱାରା ସାଧାରଣ ଲୋକଙ୍କ ଯାତାୟତ କିଛି ମାତ୍ରାରେ ବାଧା ପ୍ରାପ୍ତ ହୋଇଥିବା ଦେଖିବାକୁ ମିଳୁଛି । ମାତ୍ର ଏ ଆନ୍ଦୋଳନ ଆଜିର ନୁହେଁ ପାଖାପାଖି ବର୍ଷକ ପୂର୍ବରୁ ଆରମ୍ଭ ହୋଇଥିଲା ।

ସେତେବେଳେ ଡ୍ରାଇଭର ମହାସଂଘ ଓ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇ ଏହି ଆନ୍ଦୋଳନ ସ୍ଥଗିତ ରହିଲା ବୋଲି ଗଣମାଧ୍ୟମରୁ ଜାଣିବାକୁ ପାଇଥିଲି । କିଛି ଦିନ ପୂର୍ବରୁ ସମାନ ଦାବିକୁ ଦୋହରାଇ ଡ୍ରାଇଭର ବନ୍ଧୁ ମାନେ ଦଣ୍ଡବତ ଯାତ୍ରା କରିଥିଲେ । ଡ୍ରାଇଭର ବନ୍ଧୁ ମାନଙ୍କର ସମାଜରେ ଗୋଟିଏ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି ଓ ରହିବ ମଧ୍ୟ । ଏମାନେ ସମାଜରେ ଅସ୍ପୃଶ୍ୟ ନୁହଁନ୍ତି । ସେମାନେ ଆମମାନଙ୍କ ମଧ୍ୟରୁ ଜଣେ । ତାଙ୍କ ସହ ଭଲ ଭାବେ ରାଜ୍ୟ ସରକାର ଆଲୋଚନା ନ କରି ରାସ୍ତା ବାହାର ନ କରିବା ଗଣତନ୍ତ୍ର ପାଇଁ ଶୁଭଙ୍କର ନୁହେଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଭଞ୍ଜନଗର ଗିଡ଼ିପାବାଲି ଗାଁରେ ଧସିଲା ପାହାଡ଼, ୧୨ ନିଖୋଜ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ