Masthead

ଗୋଟେ ବିଭାଗ କି ଗୋଟେ ଜାଗାରେ ଜଣେ ଅଫିସର ଅଧିକ ସମୟ ରହିବା କଥା ନୁହେଁ: ଜୟନାରାୟଣ ମିଶ୍ର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବୁଲି ବୁଲି ସେହି ୫ ଟିରେ ବିରୋଧୀ । ଟାର୍ଗେଟରେ ୫ଟି । ବିଜେପି ଓ କଂଗ୍ରେସର ନିଶାନା ୫ଟି । ପ୍ରତ୍ୟେକ ଜିନିଷ ପାଇଁ ସରକାରଙ୍କ ଏକ ନିର୍ଦ୍ଦିଷ୍ଟ ନୀତି ରହିବା ଆବଶ୍ୟକ । ଟ୍ରାନ୍ସଫର ଏବଂ ପୋଷ୍ଟିଂ ପାଇଁ ଗୋଟେ ନିୟମ ରହିଛି । ଗୋଟେ ବିଭାଗ କି ଗୋଟେ ଜାଗାରେ ଜଣେ ଅଫିସର ଅଧିକ ସମୟ ରହିବା କଥା ନୁହେଁ । କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାପାଳ ସେହି ଜିଲ୍ଲାରେ ୬ ବର୍ଷରୁ ଅଧିକ ସମୟ ରହିଲେଣି । କେନ୍ଦୁଝର ଜିଲ୍ଲାପାଳ ପ୍ରଶାସନିକ କାମ ଛାଡି ବେପାର କରିବାରେ ବ୍ୟସ୍ତ । ସେହିପରି ନଗର ଉନ୍ନୟନ ବିଭାଗ ସଚିବ ଜି ମାଥିଭାଥନ ୨୦୧୪ରୁ ୯ ବର୍ଷ ଧରି ଗୋଟିଏ ବିଭାଗରେ ରହିଛନ୍ତି ।

ଖାଦ୍ୟ ଯୋଗାଣ ସଚିବ ବୀରବିକ୍ରମ ଯାଦବ ୨୦୧୭ରୁ ଗୋଟେ ବିଭାଗରେ ରହିଛନ୍ତି । ଯିଏ କି ପୂର୍ତ୍ତ ଓ ଶ୍ରୀମନ୍ଦିର ପ୍ରଶାସନ ଦାୟିତ୍ୱରେ ରହିଛନ୍ତି । ସେହିପରି ଗୋଟିଏ ଲୋକ ଏକାଧିକ ପୋଷ୍ଟରେ ରହିବା ବି ଅନୁଚିତ । ଅରୁଣ ବୋଥ୍ରା ଟ୍ରାନ୍ସପୋର୍ଟ କମିଶନର ଓ କ୍ରାଇମବ୍ରାଞ୍ଚର ଏଡ଼ିଜି ବି ରହିଛନ୍ତି । ସେହିପରି ସୁଶୀଳ କୁମାର ଲୋହାନି ବି ପଂଚାୟତିରାଜ ସଚିବ ଓ ସିଇଓ ରହିଛନ୍ତି । ଏଇଟା କ’ଣ ମୋ ସରକାର? ଏଇଟା କ’ଣ ୫-ଟି ବୋଲି ପ୍ରଶ୍ନ କରିଛନ୍ତି ବିରୋଧୀ ଦଳ ନେତା । ସରକାର ଏ ନେଇ ଗୃହରେ ବିବୃତି ରଖନ୍ତୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ଆନ୍ଦୋଳନ ବେଳେ ଡ୍ରାଇଭର ଓ ଯାତ୍ରୀ ମୁହାଁମୁହିଁ 🔴 ବିଜେପିକୁ ଘେରିବାକୁ ଗୁରୁମନ୍ତ୍ର ଦେବେ ରାହୁଲ 🔴 ଡ୍ରାଇଭର ଆନ୍ଦୋଳନ, ରାତି ସୁଦ୍ଧା ସମାଧାନ 🔴 ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ