Masthead

ଆନ୍ଦୋଳନ ଜାରି ରହିବ ନା ସ୍ଥଗିତ, ଆଜି ଆସିବ ନିଷ୍ପତ୍ତି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆନ୍ଦୋଳନ ଜାରି ରହିବ ନା ସ୍ଥଗିତ ରହିବ ଆଜି ଆସିବ ନିଷ୍ପତ୍ତି । ଡ୍ରାଇଭର ସଂଘ ଆଜି ନିଷ୍ପତ୍ତି ନେବେ । ଡ୍ରାଇଭରଙ୍କ ଦାବି ପୂରଣ ନେଇ ସରକାର ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ଆନ୍ଦୋଳନ ସ୍ଥଗିତ ନେଇ ଡ୍ରାଇଭର ସଂଘ ପକ୍ଷରୁ କୌଣସି ସୂଚନା ମିଳିନାହିଁ । ଗୁରୁବାର ମୁଖ୍ୟ ଶାସନ ସଚିବଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ବସିଥିଲା । ଡ୍ରାଇଭର ମହାସଂଘ ମୁଖ୍ୟ ଶାସନ ସଚିବଙ୍କ ଆଗରେ ସେମାନଙ୍କର ୧୦ ଦଫା ଦାବି ଉପସ୍ଥାପନ କରିଥିଲେ ।

ସରକାର ତିନି ମାସରେ ଦାବି ଗୁଡ଼ିକର ସମାଧାନ ପାଇଁ ପ୍ରତିଶ୍ରୁତ ଦେଇଛନ୍ତି । ତେବେ ଡ୍ରାଇଭର ମହାସଂଘ ଆନ୍ଦୋଳନ ପ୍ରତ୍ୟାହାର ନେଇ ସୂଚନା ଦେଇନାହିଁ । ଆଜି ହୁଏତ ଡ୍ରାଇଭର ମହାସଂଘ ଆନ୍ଦୋଳନକୁ ସ୍ଥଗିତ ରଖିପାରନ୍ତି । ସେପଟେ ଡ୍ରାଇଭରଙ୍କ ଆନ୍ଦୋଳନ ଜାରି ରହିଥିବା ବେଳେ ଘରୋଇ ବସ୍ ମାଲିକ ସଂଘ ଏକ ବଡ଼ ନିଷ୍ପତ୍ତି ନେଇଛି । ଆଜି ଠାରୁ ରାଜ୍ୟରେ ବସ୍ ଚଳାଚଳ ନେଇ ସୂଚନା ଦେଇଛି । ରାଜ୍ୟରେ କେତେକ ସ୍ଥାନରେ ଡ୍ରାଇଭର ମାନେ ଏବେ ବି ଆନ୍ଦୋଳନ ଜାରି ରଖିଥିବା ଦେଖିବାକୁ ମିଳିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ