ସଂସଦରେ ବଜେଟ ଅଧିବେଶନ, ମାର୍ଚ୍ଚ ୨୦ ଯାଏ ଗୃହ ମୁଲତବି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ସଂସଦରେ ବଜେଟ ଅଧିବେଶନର ଦ୍ୱିତୀୟ ପର୍ଯ୍ୟାୟର ୫ମ ଦିନ । ଗୃହ କାର୍ଯ୍ୟ ଆରମ୍ଭରୁ ଶାସକ ଦଳ କଂଗ୍ରେସ ନେତାଙ୍କ ରାହୁଲ ଗାନ୍ଧୀଙ୍କ ବୟାନ ଉପରେ ଉଭୟ ଗୃହରେ ଜୋରଦାର ହଙ୍ଗାମା । ଲୋକ ସଭା ବାଚସ୍ପତି ଓମ୍‌ ବିର୍ଲା ଗୃହର କାର୍ଯ୍ୟକୁ ମାର୍ଚ୍ଚ ୨୦ ସକାଳ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖିବାକୁ ଘୋଷଣା କରିଥିବାବେଳେ ରାଜ୍ୟ ସଭା ଅଧ୍ୟକ୍ଷ ଜଗଦୀପ ଧନଖଡ ମଧ୍ୟ ଗୃହର କାର୍ଯ୍ୟକୁ ମାର୍ଚ୍ଚ ୨୦ ସକାଳ ୧୧ଟା ପର୍ଯ୍ୟନ୍ତ ସ୍ଥଗିତ ରଖିଛନ୍ତି।

ସେପଟେ ହଙ୍ଗମା କରିବା ସହ ରାହୁଲ କ୍ଷମା ମାଗନ୍ତୁ ବୋଲି କହି ସ୍ଲୋଗାନ୍‌ ଦେଇଥିଲେ। ଏଥିଯୋଗୁ ଉଭୟ ଗୃହର କାର୍ଯ୍ୟରେ ବାଧାପ୍ରାପ୍ତ ହୋଇଥିଲା। ଫଳରେ ଲୋକ ସଭା ଏବଂ ରାଜ୍ୟ ସଭାର କାର୍ଯ୍ୟକୁ ସ୍ଥଗିତ ରଖାଯାଇଛି। ଶୁକ୍ରବାର ଆଶା କରାଯାଉଥିଲା ଯେ, ଲୋକ ସଭାରେ ରାହୁଲ ଗାନ୍ଧୀ ନିଜର ମନ୍ତବ୍ୟ ରଖିବେ। ସଂସଦର କାର୍ଯ୍ୟ ସମୟରେ ରାହୁଲ ଗାନ୍ଧୀ ଲୋକ ସଭାରେ ଉପସ୍ଥିତ ମଧ୍ୟ ଥିଲେ କିନ୍ତୁ ହଟ୍ଟଗୋଳ ଯୋଗୁ ଗୃହ ଚାଲିପାରି ନ ଥିଲା। ଏହି ସମୟରେ ବହୁ ସମୟ ଧରି ଲୋକ ସଭାର କାର୍ଯ୍ୟର ଅଡିଓକୁ ବନ୍ଦ କରାଯାଇଥିଲା। ଏହାସତ୍ତ୍ୱେ ସ୍ଲୋଗାନ ଦିଆଯିବା ସହ ହଙ୍ଗାମା ଜାରି ରହିଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର! 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ହିନ୍ଦୀ ଶିକ୍ଷକ ପରମେଶ୍ୱର ପଣ୍ଡାଙ୍କୁ ‘ନେସନ୍ ବିଲ୍ଡର ଆୱାର୍ଡ’ 🔴 ବଙ୍ଗୋପସାଗରରେ ସୃଷ୍ଟି ହେଲା ବାତ୍ୟା ‘ଅର୍ଣ୍ଣବ’ 🔴 ୫ IAS ଅଧିକାରୀଙ୍କୁ ୫ ଜିଲ୍ଲା ଦାୟିତ୍ବ 🔴 ବଙ୍ଗୋପସାଗରରେ ବଳ ଗୋଟାଉଛି ବାତ୍ୟା 🔴 ତିଦ୍ଦତରେ ପୁଣି ଭୂକମ୍ପ ଝଟକା 🔴 ସର୍ଭେ ହୋଇନଥିବା ତିନି ଗାଁରେ ନିର୍ବାଚନ କରିବ ଆନ୍ଧ୍ର!