Masthead

ଡ୍ରାଇଭର ଆନ୍ଦୋଳନ, ଉତ୍ତର ରଖିଲେ ପରିବହନ ମନ୍ତ୍ରୀ

ଆଶା ରଖୁଛୁ ସହଯୋଗ କରିବେ: ଟୁକୁନି ସାହୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଡ୍ରାଇଭର ଆନ୍ଦୋଳନ ନେଇ ଗୃହରେ ଉତ୍ତର ରଖିଲେ ପରିବହନ ମନ୍ତ୍ରୀ । ଆନ୍ଦୋଳନକୁ ପ୍ରତ୍ୟାହାର କରିବା ପାଇଁ ଡ୍ରାଇଭର ମହାସଂଘକୁ ନିବେଦନ କରିଛନ୍ତି ମନ୍ତ୍ରୀ ଟୁକୁନି ସାହୁ । କହିଛନ୍ତି, ମୁଖ୍ୟ ଶାସନ ସଚିବ ଡ୍ରାଇଭର ଏକତା ମହାସଂଘର କର୍ମକର୍ତ୍ତାଙ୍କ ସହିତ ସେମାନଙ୍କ ଦାବି ବିଷୟରେ ଆଲୋଚନା କରିଥିଲେ । ଆସନ୍ତା ୩ ମାସ ଭିତରେ ଡ୍ରାଇଭର ଏକତା ମହାସଂଘର ଦାବି ଗୁଡିକ ସମାଧାନ ପାଇଁ ନିଷ୍ପତ୍ତି ନିଆଯାଇଛି ।

ଏହା ଭିତରେ ଉଚ୍ଚସ୍ତରୀୟ କମିଟି ଗଠନ ହେବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ୱରେ ସବୁ ଦିଗରେ ବିକାଶ ହୋଇଛି । ଗଣତନ୍ତ୍ରରେ ଆନ୍ଦୋଳନ ସାଧାରଣ କଥା । ହେଲେ ପିଲାଙ୍କ ପରୀକ୍ଷା ଚାଲିଛି, କାହାର ସ୍ୱାସ୍ଥ୍ୟ କଥା ଅଛି, ତେଣୁ ପରିବହନ ବ୍ୟବସ୍ଥାରେ ସହଯୋଗ ମାଗୁଛି, ଆଶା ରଖୁଛୁ ସେମାନେ ସହଯୋଗ କରିବେ ବୋଲି କହିଛନ୍ତି ପରିବହନ ମନ୍ତ୍ରୀ ଟୁକୁନି ସାହୁ । 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ 🔴 ଅହମ୍ମଦାବାଦରେ ବିମାନ ଦୁର୍ଘଟଣା, ୧୧୦ ଯାତ୍ରୀଙ୍କ ମୃତ୍ୟୁ ! 🔴 “ଅପରେସନ ହନିମୁନ”କୁ ମୁଖ୍ୟମନ୍ତ୍ରୀଙ୍କ ପୂର୍ଣସମର୍ଥନ! 🔴 ମୋହନ ସରକାରଙ୍କୁ ପୂରିଲା ବର୍ଷେ 🔴 ଆଜିଠୁ କମିବ ତାତି, ବଢ଼ିବ ବର୍ଷା 🔴 ସ୍ନାନପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଗଡିଲା ମୁଣ୍ଡ 🔴 ମହାବାହୁଙ୍କ କ୍ଷଣିକ ଦର୍ଶନ ଖେଳାଇବ ଶିହରଣ 🔴 ‘୨୪ ବର୍ଷ ନୁହେଁ ୨୪ ମିନିଟ୍‌ ଯଥେଷ୍ଟ’ 🔴 ସରହଦରେ ରାସ୍ତା ପାଇଁ କଟା ଯିବ ଜଙ୍ଗଲ 🔴 ନବୀନଙ୍କୁ ନବରଙ୍ଗପୁର ଜିଲ୍ଲାରେ ଲାଗିଲା ଧକ୍କା 🔴 ୪୫ କୋଟିର ଡ୍ରଗ୍ସ ଜବତ