Masthead

ପୁଟିନଙ୍କ ବିରୋଧରେ ଗିରଫ ପରୱାନା ଜାରି

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଜାରି ହୋଇଛି ପୁଟିନଙ୍କ ବିରୋଧରେ ଗିରଫ ପରୱାନା । ଅନ୍ତର୍ଜାତୀୟ ଅପରାଧିକ ନ୍ୟାୟାଳୟ ପୁୁଟିନଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଛି । ୟୁକ୍ରେନ ବିରୋଧରେ ଯୁଦ୍ଧ କରିଥିବାରୁ ଏପରି ଗିରଫ ପରୱାନା ଜାରି ହୋଇଛି । ଆଇସିସି ପୁଟିନଙ୍କ ବିରୋଧରେ ୟୁକ୍ରେନର ପିଲାମାନଙ୍କ ବଳପୂର୍ବକ ନିର୍ବାସନର ସମ୍ପୃକ୍ତି ଥିବା ଅଭିଯୋଗ ଆଣିଛନ୍ତି ।

ସେ ସିଧାସଳଖ ଏହି କାମରେ ସଂଶ୍ଳିଷ୍ଟ ଅଛନ୍ତି ଏବଂ ଅନ୍ୟମାନଙ୍କୁ ସାହାଯ୍ୟ କରିଥିବାର ପ୍ରମାଣ ରହିଛି ବୋଲି କୋର୍ଟ କହିଛନ୍ତି । ଋଷର ଶିଶୁ ଅଧିକାର କମିଶନର ମାରିଆ ଲାଭୋଭା-ବେଲୋଭାଙ୍କୁ ମଧ୍ୟ ଆଇସିସି ଅପରାଧୀ ଘୋଷଣା କରିଛି । ଗୁରୁତ୍ୱପୂର୍ଣ୍ଣ କଥା ହେଲା ପୁଟିନଙ୍କୁ ସଂପୃକ୍ତ କୋର୍ଟ ନିଜର କ୍ଷମତା ବ୍ୟବହାର କରି ଗିରଫ କରିପାରିବ ତ? କାରଣ କେବଳ ଅଦାଲତ ପ୍ରତିଷ୍ଠା ପାଇଁ ଚୁକ୍ତି ସ୍ୱାକ୍ଷର କରିଥିବା ଦେଶଗୁଡ଼ିକ ମଧ୍ୟରେ ଆଇସିସି ନିଜ କ୍ଷମତାର ବ୍ୟବହାର କରିପାରିବ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ 🔴 ଗୋପାଳପୁର ଗଣଦୁଷ୍କର୍ମ, କଂଗ୍ରେସର ଉଦବେଗ 🔴 ଏକ ବର୍ଷର ରିପୋର୍ଟ କାର୍ଡକୁ ତାଛଲ୍ୟ କଲେ ପୂର୍ବତନ ପିସିସି ସଭାପତି 🔴 ଉଛୁଳିଲା ନଈ, ବୁଡ଼ିଲା ଗାଁ 🔴 ୩ ଦିନ କାଁ ଭାଁ ଘଡ଼ଘଡ଼ି ସହ ବର୍ଷା 🔴 ସୁସ୍ଥ ଜୀବନ ପାଇଁ ଦରକାର ଯୋଗ 🔴 ବିକଶିତ ଓଡ଼ିଶାର ମୁଖ୍ୟ ଶକ୍ତି : ଲକ୍ଷପତି ଦିଦି 🔴 ବଟି ମାଗି ବିଜେଡି ନେତା ଗିରଫ 🔴 ଟ୍ରାଫିକ ଜାମରେ ଫସିଲା ଆମ୍ବୁଲାନ୍ସ, ରୋଗୀ ଛଟପଟ 🔴 ରାଜ୍ୟରେ ଆଜିଠୁ ଖୋଲିବ ସ୍କୁଲ 🔴 ପୁଣି ଆସୁଛି ଆଉ ଏକ ଲଘୁଚାପ