ଚିନ୍ତା ବଢାଇଲାଣି H3N2, ଆଡଭାଇଜରୀ ଜାରି କଲା ଦିଲ୍ଲୀ

ନୂଆଦିଲ୍ଳୀ (ବଡ଼ ଖବର ବ୍ୟୁରୋ): ଚିନ୍ତା ବଢାଇଛି ଏଚ୩ଏନ୨ ଭାଇରସ୍ । ସ୍ୱତନ୍ତ୍ର ଆଡଭାଇଜରୀ ଜାରି କଲା ଦିଲ୍ଲୀ । ଜନଗହଳିପୂର୍ଣ୍ଣ ସ୍ଥାନରେ ମାସ୍କ ପିନ୍ଧିବା ଲାଗି ପରାମର୍ଶ ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ସୌରଭ ଭରଦ୍ୱାଜ । ଦିଲ୍ଲୀ ଲୋକନାୟକ ହସ୍ପିଟାଲରେ ୨୦ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନ୍ୟାନ୍ୟ ହସ୍ପିଟାଲରେ ୧୦ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଇନଫ୍ଲୁଏଞ୍ଜା ଓ କୋଭିଡର ନିୟନ୍ତ୍ରଣ ଲାଗି ମନିଟରିଂ ସକାଶେ ସରକାର ନିର୍ଦ୍ଦେଶ ଦେଇଛନ୍ତି ।

ପୂର୍ବରୁ ଏଚ୩ଏନ୨ ଜନିତ ସଂକ୍ରମଣ ବଢୁଥିବାରୁ ଏଥିପ୍ରତି ସତର୍କ ରହିବା ଲାଗ ୬ ରାଜ୍ୟକୁ ପରାମର୍ଶ ଦେଇଥିଲା କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ବର୍ତ୍ତମାନ ମହାରାଷ୍ଟ୍ର, ଗୁଜରାଟ, କର୍ଣ୍ଣାଟକ, ପୁଡୁଚେରୀ, ତାମିଲନାଡ଼ୁ ଓ ଆସାମରେ ଏଚ୩ଏନ୨ ଜନିତ ସଂକ୍ରମଣ ବଢୁଥିବା ସୂଚନା ମିଳିଛି । ମହାରାଷ୍ଟ୍ର ପୁଣେରେ ଜଣେ ବୟସ୍କଙ୍କ ମୃତ୍ୟୁ ହେବା ସହ ଦେଶରେ ଏଚ୩ଏନ୨ରେ ମୃତ୍ୟୁ ସଂଖ୍ୟା ୯ରେ ପହଞ୍ଚିଛି । ମହାରାଷ୍ଟ୍ରରେ ହାଇଆଲର୍ଟ ଜାରି କରାଯାଇଛି ।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’