Masthead

ଦିନ ଦ୍ୱିପ୍ରହରରେ ଗୋଡ଼ାଇ ଗୋଡ଼ାଇ ହାଣିଲେ

ସମ୍ବଲପୁର (ବଡ଼ ଖବର ବ୍ୟୁରୋ): କିଛିଦିନ ପୂର୍ବେ ଭୁବନେଶ୍ୱର ସାମନ୍ତରାପୁର ଅଞ୍ଚଳରେ ଜଣେ ମିଠା ଦୋକାନୀଙ୍କୁ ଗୋଡ଼ାଇ ଗୋଡ଼ାଇ ହତ୍ୟା କରାଯାଇଥିଲା । ଭୁବନେଶ୍ୱର ଘଟଣାର ପୁନରାବୃତ୍ତି ହୋଇଛି ସମ୍ବଲପୁରରେ । ଅଶାନ୍ତ ହୋଇପଡିଛି ସମ୍ବଲପୁର ସହର । ରକ୍ତ ଛିଟାରେ ଲାଲ ହୋଇଛି ସହର । ଦିନ ଦ୍ୱିପ୍ରହରରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ । ସମ୍ବଲପୁର ଟାଉନ୍ ଥାନା ଅନ୍ତର୍ଗତ ହାଟପଦା ଅଞ୍ଚଳରେ ଘଟିଛି ଏଭଳି ଜଘନ୍ୟ ହତ୍ୟାକାଣ୍ଡ । ମୃତ ଯୁବକ ଜଣକ ହେଲେ ଦାନପାଲି ଅଞ୍ଚଳର ବବୁଲ ନାୟକ । ପୂର୍ବ ଶତ୍ରୃତାକୁ କେନ୍ଦ୍ର କରି ହତ୍ୟାକାଣ୍ଡ ଘଟିଥିବା ଅଭିଯୋଗ ହେଉଛି । ପୋଲିସ ମୃତଦେହ ଉଦ୍ଧାର କରି ବ୍ୟବଛେଦ ଲାଗି ପଠାଇଛି । ହତ୍ୟାକାରୀକୁ ଧରିବା ଲାଗି ଟିମ ଗଠନ ହୋଇ ଛାନଭିନ ଜାରି ରଖିଛି ପୋଲିସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ