Masthead

କାନ୍ଥ ପଡ଼ି ଶିଶୁ ମୃତ, ମା ଗୁରୁତର

ମାଲକାନଗିରି (ବଡ଼ ଖବର ବ୍ୟୁରୋ): କାନ୍ଥ ପଡ଼ି ଶିଶୁକନ୍ୟା ମୃତ । ମାଲକାନଗିରି ଜିଲ୍ଲା ପଡିଆ ବ୍ଳକ ମେଟାଗୁଡା ଗ୍ରାମରେ ଘଟିଛି ଅଭାବନୀୟ ଘଟଣା । ବର୍ଷା ଯୋଗୁ ଏହି ଅଘଟଣ ଘଟିଛି ବୋଲି କୁହାଯାଉଛି। ଘରର କାନ୍ଥ ଭାଙ୍ଗିଯିବାରୁ ଜଣେ ଶିଶୁ କନ୍ୟା ମୃତ୍ୟୁ ହୋଇଥିବା ବେଳେ ଉଭୟ ବାପା ଓ ମା ଗୁରୁତର ହୋଇଥିବା ଜଣପଡିଛି । ଗତକାଲି ରାତିରେ ମେଟାଗୁଡ଼ା ଗାଁର ଆଇତା ମାଡ଼କାମୀ, ତାଙ୍କ ପତ୍ନୀ ଓ କୁନି ଝିଅ ସ୍ୱାତୀ ଘରେ ଶୋଇଥିଲେ।

ହଠାତ ଘରର ଏକ କାନ୍ଥ ସେମାନଙ୍କ ଉପରେ ପଡ଼ି ଯାଇଥିଲା। ଫଳରେ ଘଟଣାସ୍ଥଳରେ ୪ ମାସର ଝିଅଟିର ମୃତ୍ୟୁ ହୋଇଛି । ଆଇତା ଓ ତାଙ୍କ ପତ୍ନୀଙ୍କ ଚିତ୍କାର ଶୁଣି ପଡ଼ୋଶୀମାନେ ଧାଇଁ ଆସିଥିଲେ। ସେମାନେ ଆଇତା ଓ ତାଙ୍କ ପତ୍ନୀଙ୍କୁ ଉଦ୍ଧାର କରି ନିକଟସ୍ଥ ପଡ଼ିଆ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ଅନ୍ୟପଟେ ଏ ନେଇ ଖବର ପାଇ ପଡିଆ ବିଡିଓ ରାମକୃଷ୍ଣ ନାୟକ ଘଟଣା ସ୍ଥଳରେ ପହଂଚି ସ୍ଥିତି ପରଖିବା ସହ ପରିବାର ଲୋକଙ୍କୁ ସରକାରୀ ସହାୟତା ଯୋଗାଇବା ପାଇଁ କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ବନ୍ୟା ପାଣିରୁ ଜୀବନ ବଞ୍ଚାଇବା ପାଇଁ ତାଳ ଗଛରେ କଟିଲା ଦିନ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି